ରତ୍ନଭଣ୍ଡାର ଯାଞ୍ଚ ପାଇଁ ଏଏସଆଇ ଡିଜିଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଅର୍ଗସ ବ୍ୟୁରୋ: ରତ୍ନଭଣ୍ଡାର ଯାଞ୍ଚ ପାଇଁ ଏଏସଆଇ ଡିଜିଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଅତ୍ୟାଧୁନିକ ଜ୍ଞାନକୌଶଳ ପ୍ରୟୋଗ କରି ଯାଞ୍ଚ ଓ ସର୍ଭେ ପାଇଁ ଚିଠିରେ ଉଲ୍ଲେଖ। ସର୍ଭେ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ କରିଥିବା SOPକୁ ମଧ୍ୟ ଏଏସଆଇ ନିକଟକୁ ପଠାଯାଇଛି। ଏହି ବୈଷୟିକ ଯାଞ୍ଚ IIT ଏବଂ CBRI ଭଳି ଉଚ୍ଚମାନର ଅନୁଷ୍ଠାନ ଦ୍ବାରା କରାଯିବାକୁ ଏଏସଆଇକୁ ପରାମର୍ଶ ଦିଆଯାଇଛି। ଯାଞ୍ଚ ପରେ ମରାମତି କରିବାକୁ ଏଏସଆଇକୁ ଚିଠି। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ସୂଚନା ଦେଇଛନ୍ତି।
ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ସ୍ଥାନାନ୍ତରଣ ପ୍ରକ୍ରିୟା ଶେଷ ହେବା ପରେ ASI ସଂରକ୍ଷଣ ତଥା ମରାମତି କାର୍ଯ୍ୟ ହାତକୁ ନେବ। ତେବେ ଏହା ପୂର୍ବରୁ ପରିଚାଳନା କମିଟିର ନିଷ୍ପତ୍ତି ଅନୁଯାୟୀ ଏ.ଏସ.ଆଇ ଦ୍ବାରା ରତ୍ନଭଣ୍ଡାରର ସାମଗ୍ରିକ ବୈଷୟିକ ଯାଞ୍ଚ କରାଯିବାକୁ ASIକୁ ପତ୍ର ଲେଖିଛନ୍ତି ମୁଖ୍ୟ ପ୍ରଶାସକ ଅରବିଂଦ ପାଢୀ। ରତ୍ନଭଣ୍ଡାରର ସାମଗ୍ରିକ ବୈଷୟିକ ଯାଞ୍ଚ ଶେଷ ହେବା ପରେ ତୁରନ୍ତ ସଂରକ୍ଷଣ ଏବଂ ମରାମତି କାମ ହାତକୁ ନେବାକୁ ASIକୁ ଅନୁରୋଧ କରାଯାଇଛି। ଯାହାଫଳରେ ଅସ୍ଥାୟୀ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଏବଂ ମୂଲ୍ୟବାନ ସାମଗ୍ରୀଗୁଡ଼ିକର ଗଣତି ମଣତି କରାଯାଇ ପୁଣି ଥରେ ମୂଳ ରତ୍ନଭଣ୍ଡାରକୁ ଅଣାଯାଇ ସୁରକ୍ଷିତ ରଖାଯିବ ବୋଲି ମୁଖ୍ୟ ପ୍ରଶାସକ ଚିଠିରେ ଅନୁରୋଧ କରିଛନ୍ତି।
ଅଧିକ ପଢ଼ନ୍ତୁ ଓଡିଶା ଖବର: