Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Argus Whatsapp Channel Mobile Top

Argus News - ବିଧାନସଭା ପୂର୍ବରୁ ବିରୋଧୀ ଦଳ ନେତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

Odisha

ବିଧାନସଭା ପୂର୍ବରୁ ବିରୋଧୀ ଦଳ ନେତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

Banajyotshna Ray
Browse all articles by Banajyotshna Ray
·1 year ago·2 min read
ବିଧାନସଭା ପୂର୍ବରୁ ବିରୋଧୀ ଦଳ ନେତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ:  ଆସନ୍ତାକାଲିଠୁ ଆରମ୍ଭ ହେବ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ଲମ୍ବା ସମୟ ଧରି ଚାଲିବାକୁ ଥିବା ଏହି ଅଧିବେଶନ ଲାଗି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିରୋଧୀ ଦଳ ନେତାଙ୍କୁ ଭେଟି ଗଠନ ମୂଳକ ସହଯୋଗ ଲୋଡିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଉଭୟ ନବୀନ ନିବାସକୁ ଯାଇ ବିରୋଧୀଦଳ ନେତାଙ୍କୁ ସାକ୍ଷାତ କରିଛନ୍ତି । ରାଜ୍ୟର ବୃହତର ସ୍ବାର୍ଥ ଦୃଷ୍ଟିରୁ ମୁଖ୍ୟ ବିରୋଧୀ ଦଳଠାରୁ ମୋହନ ସରକାର ଗଠନମୂଳକ ସହଯୋଗ କାମନା କରିଥିବା କହିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ। ସେହିପରି ନିଜେ ସଂସଦୀୟ ବ୍ୟାପାର ମନ୍ତ୍ରୀ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସହ ଟେଲିଫୋନ ଯୋଗେ ବିକଶିତ ଓଡ଼ିଶା ଗଠନରେ ସକ୍ରିୟ ସହଯୋଗ ଲାଗି ଆଲୋଚନା କରିଛନ୍ତି। ଓଡ଼ିଆ ଲୋକଙ୍କ ସ୍ବାର୍ଥରେ, ସବୁ ବର୍ଗ ଓ ମତ ସହ ସମନ୍ବୟ ରଖି ଓଡ଼ିଶାବାସୀଙ୍କ ସେବା କରିବାକୁ ସରକାର ପ୍ରତିବଦ୍ଧ ଥିବା କହିଛନ୍ତି ସଂସଦୀୟ ବ୍ୟାପର ମନ୍ତ୍ରୀ।

ସେପଟେ ଗୃହର ସୁପରିଚାଳନା ପାଇଁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଥିଲା ସର୍ବଦଳୀୟ ବୈଠକ। ଗୃହରେ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ଲାଗି ବାଚସ୍ପତିଙ୍କ ପରାମର୍ଶକୁ ଉଭୟ ଶାସକ ବିରୋଧୀ ଗ୍ରହଣ କରିଛନ୍ତି । ମାତ୍ର ଏହି ବୈଠକରେ ସାମିଲ ହୋଇନଥିଲା କଂଗ୍ରେସ। ଯାହାକୁ ନେଇ ଦଳର ଆଭିମୁଖ୍ୟକୁ ନା ପସନ୍ଦ କରିଛନ୍ତି ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀ ପତି । ସେ କହିଛନ୍ତି ଏହା ଅତ୍ୟନ୍ତ ଦୁର୍ଭାଗ୍ୟ ଜନକ ପୂର୍ବରୁ ଏମିତି କେବେ ହୋଇ ନଥିଲା।

ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଥିବା ଏହି ଅଧିବେଶନ ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନରେ ରାଜ୍ୟପାଳଙ୍କ ଅଭିଭାଷଣ ଏବଂ ଧନ୍ୟବାଦ ପ୍ରସ୍ତାବ ଆଗତ ହେବ । ୨୩ ତାରିଖରେ ଉପ-ବାଚସ୍ପତି ନିର୍ବାଚନ ସମ୍ପର୍କିତ ଘୋଷଣା ହେବ ଏବଂ ଏହା ପରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ । ୨୪ ତାରିଖରେ ଉପ-ବାଚସ୍ପତି ପଦ ପାଇଁ ନିର୍ବାଚନ ହେବ । ୨୫ ତାରିଖ ଦିନ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରାଜ୍ୟର ନୂଆ ବିଜେପି ସରକାର ବଜେଟ ଉପସ୍ଥାପନ କରିବେ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus Whatsapp Channel Mobile Top
Sponsored
The Chief Minister met the opposition leaders before the assembly | Argus News