Videos
|
Odisha

ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ

Smruti Parija
Browse all articles by Smruti Parija
·2 years ago·1 min read
ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ପ୍ରଭାତୀ ପରିଡ଼ା ଆଜି ଦିଲ୍ଲୀ ଗସ୍ତ କରିବେ । ରାଜ୍ୟରେ ବିଜେପି ସରକାର କରିବା ପରେ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ ଆଜି ଦିଲ୍ଲୀ ଗସ୍ତରେ ଯିବେ । ଏହି ଗସ୍ତ କାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦିଲ୍ଲୀର ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। 

ସେହିପରି ଗୃହ ମନ୍ତ୍ରୀ ଅମିତ ଶାହା ଏବଂ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ମଧ୍ୟ ମୋହନ ମାଝୀ, କେଭି, ପ୍ରଭାତୀ ପରିଡ଼ା ଭେଟିବା ନେଇ କାର୍ଯ୍ୟକ୍ରମ ସ୍ଥିର ହୋଇଥିବା ନେଇ ସୂଚନା ରହିଛି। ବିଜେପିର ଆଉ କିଛି ଶୀର୍ଷ ନେତୃତ୍ବଙ୍କୁ ମଧ୍ୟ ଭେଟି ଆଲୋଚନା କରିବା ଦଳୀୟ ସୂତ୍ରରୁ ଜଣାପଡିଛି। 

ଦେଶ ତଥା ରାଜ୍ୟରେ ଏବେ ବିଜେପି ଡବଲ ଇଞ୍ଜିନ ସରକାର । ଏହାକୁ ନେଇ ଓଡ଼ିଶାରେ ବିଜେପି ସରକାର କିଭଳି କାମ କରିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ନେଇ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାକୁ କିଭଳି ରାଜ୍ୟରେ ମୋହନ ସରକାର କାର୍ଯ୍ୟକାରୀ କରିବେ । ସେନେଇ ମୋହନ ସିଧାସଳଖ ପ୍ରଧାନମନ୍ତ୍ରୀଙ୍କୁ ଭେଟି କରିବେ ଆଲୋଚନା ।

ଆହୁରି ପଢନ୍ତୁ ରାଜନୀତି ଖବର...
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: