Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପ୍ରତି ସୋମବାର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

Ritu Das
Browse all articles by Ritu Das
·2 years ago·1 min read
ପ୍ରତି ସୋମବାର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ: ଜୁଲାଇ ୧ ତାରିଖରୁ ଅଭିଯୋଗ ପ୍ରକୋଷ୍ଠରେ କରିବେ ଶୁଣାଣି । ଏହି ସମୟରେ ମୁଖ୍ୟମନ୍ତ୍ରୀ କେଉଁଠି ବସିବେ, କେଉଁ ସ୍ଥାନରେ ଲୋକଙ୍କ ଅଭିଯୋଗ ଶୁଣିବେ, ସେ ନେଇ ସ୍ଥିତି ପରଖିଥିଲେ ସାଧାରଣ ପ୍ରଶାସନ ବିଭାଗ ସଚିବ ସୁରେନ୍ଦ୍ର କୁମାର । ଅଧିକାରୀଙ୍କ ସହ ଆଲୋଚନା କରିବା ସହ ବ୍ୟାରିକେଡ୍ ବ୍ୟବସ୍ଥା ର ବ୍ୟବସ୍ଥା ମଧ୍ୟ କରଯାଇଛି । ସିରିଏଲ ମାଧ୍ୟମରେ ଲୋକେ କିପରି ଆସିବେ, ସେନେଇ ଅଧିକାରୀଙ୍କ ସହ କଥା ହେବା ସହ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି ସମୟରେ ୩୦ ଜଣ ବସିବା ପାଇଁ ବ୍ୟବସ୍ଥା ମଧ୍ୟ ରହିବ ।

ପାନୀୟ ଜଳ ବ୍ୟବସ୍ଥା ମଧ୍ୟ କରାଯିବ । ୨ ଦିନରେ ସବୁ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ଆଜି ମୁଖ୍ୟମନ୍ତ୍ରୀଙ୍କ ବାସଗୃହ ବୁଲି ଦେଖିଛନ୍ତି ସଚିବ । ଖୁବ ଶୀଘ୍ର ବାସଗୃହ କାମ ସାରିବାକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି । କାଲିଠୁ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ । ଅଭିଯୋଗ ପ୍ରକୋଷ୍ଠ ସହ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ବୁଲି ତଦାରଖ କରିଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର । ପ୍ରତି ସୋମବାର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ସକାଳ ୯ଟାରୁ ୧୨ ପର୍ଯ୍ୟନ୍ତ ପଞ୍ଜୀକରଣ କରିବେ ଲୋକେ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The Chief Minister | Argus News