Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ ସମ୍ମିଳନୀ’ କୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

Odisha

‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ ସମ୍ମିଳନୀ’ କୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

Banajyotshna Ray
Browse all articles by Banajyotshna Ray
·1 year ago·1 min read
‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ ସମ୍ମିଳନୀ’ କୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ:  ଆଜି ଓ ଆସନ୍ତା କାଲି ଭୁବନେଶ୍ବରରେ ଆୟୋଜିତ ହେବ ଦୁଇଦିନିଆ ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ତୃତ ଖାଦ୍ୟ ସମ୍ମିଳନୀ’ । ଲୋକସେବା ଭବନରେ କାର୍ଯ୍ୟକ୍ରମକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ‘ଓଡ଼ିଶାର ଶ୍ରୀ ଅନ୍ନ ଓ କୃଷି ଐତିହ୍ୟ’ ଶୀର୍ଷକ ବିଷୟବସ୍ତୁ ଉପରେ ଆଲୋଚନା ହେବ । ଏଥିସହ ଖାଦ୍ୟ ନିରାପତ୍ତା ତଥା ଚିରନ୍ତନ କୃଷି ପଦ୍ଧତି ଏବଂ ବିସ୍ମୃତ ଖାଦ୍ୟର ଗୁରୁତ୍ବପୂର୍ଣ୍ଣ ଭୂମିକାକୁ ପ୍ରୋତ୍ସାହନ ଦିଆଯିବ । କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଓଡ଼ିଶା ସରକାରଙ୍କ ତରଫରୁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି । ଏହି ସମ୍ମିଳନୀ ମାଧ୍ୟମରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, କୃଷକ ଉତ୍ପାଦକ ସଂଗଠନ, ନୀତି ନିର୍ଦ୍ଧାରକ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ, ଗବେଷଣା ପ୍ରତିଷ୍ଠାନ, ସ୍ବାସ୍ଥ୍ୟ ଅନୁଷ୍ଠାନ, ହୋଟେଲ ଆସୋସିଏସନ୍‌, ସେଫ୍‌ ସଂଗଠନ, ବ୍ଲଗର୍‌ ଏବଂ ଛାତ୍ରଙ୍କ ସମେତ ବହୁ ହିତାଧିକାରୀଙ୍କୁ ସାମିଲ କରାଯାଇ ଶ୍ରୀ ଅନ୍ନ ଏବଂ ବିସ୍ତୃତ ଖାଦ୍ୟକୁ ପ୍ରୋତ୍ସାହିତ କରିବା ଦିଗରେ ଏକ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରିବା ନେଇ ଲକ୍ଷ୍ୟ ରଖାଯାଇଛି ।

ଏହି ସମ୍ମିଳନୀରେ ଖାଦ୍ୟ ଓ କୃଷି ସଂଗଠନ, ବିଶ୍ବ ଖାଦ୍ୟ କାର୍ଯ୍ୟକ୍ରମ, ଏସିଆ ପାସିଫିକ୍‌ ଆସୋସିଏସନ୍‌ ଅଫ୍‌ ଏଗ୍ରିକଲଚରାଲ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁସନ୍‌ ଓ କୃଷକ ଅଧିକାର ସୁରକ୍ଷା ପ୍ରାଧିକରଣ ଆଦି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରୀୟ ସଂଗଠନର ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଅଂଶଗ୍ରହଣ କରିବେ। ସମ୍ମିଳନୀରେ ଶ୍ରୀ ଅନ୍ନ ଓ ବିଲୁପ୍ତପ୍ରାୟ ଫସଲ ଚାଷ, ଏହାର ପ୍ରକ୍ରିୟାକରଣ ଓ ପ୍ରୋତ୍ସାହନ ଆଧାରିତ ବିଭିନ୍ନ ବିଷୟବସ୍ତୁକୁ ନେଇ ୧୧ଟି ଅଧିବେଶନ ଅନୁଷ୍ଠିତ ହେବ। ଏଥିରେ ଅଂଶଗ୍ରହଣକାରୀମାନେ ଓଡ଼ିଶା ଭାରତର ମିଲେଟ୍‌ ହବ୍‌ରେ ପରିଣତ ହେବା, ବିଶ୍ବରେ ବିସ୍ମୃତ ଖାଦ୍ୟ ସହ ଜଡ଼ିତ ଆହ୍ବାନ, ଶ୍ରୀ ଅନ୍ନ ରପ୍ତାନୀ ସମ୍ଭାବନା ଓ ଶିଳ୍ପାନୁଷ୍ଠାନର ଯୋଗଦାନ ସମ୍ପର୍କରେ ଅବଗତ ହୋଇପାରିବେ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
The Chief Minister will inaugurate the 'International Shree Anna and bistruit Food Conference' | Argus News