Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବଢୁଛି ହାର୍ଟବିଟ୍ ; ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ଦାନା

Smruti Parija
Browse all articles by Smruti Parija
·1 year ago·1 min read
ବଢୁଛି ହାର୍ଟବିଟ୍ ; ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ଦାନା

ଅର୍ଗସ ବ୍ୟୁରୋ:  ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ଦାନା । ପାରାଦୀପଠାରୁ ୫୦ କିମି ଦୂରରେ ରହିଛି ବାତ୍ୟା । ଧାମରା ଠାରୁ ୬୦ କିମି ଦୂରରେ ରହିଛି ବାତ୍ୟା । ଘଣ୍ଟାକୁ ୧୩ କିମି ବେଗରେ ଉପକୂଳକୁ ମାଡ଼ିଆସୁଛି ଦାନା । 

ଲ୍ୟାଣ୍ଡଫଲ୍ ବେଳେ ଅତି ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୧୦୦ରୁ ୧୨୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି । ରାତି ୩ଟାରୁ ଭୋର୍ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ତେବେ ଏହାର ତୀବ୍ରତା ଅତି ଭୀଷଣ ହୋଇନଥିବାରୁ ବାତ୍ୟାର ଆଖି ସୃଷ୍ଟି ହେବନାହିଁ ବୋଲି ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।  ବାତ୍ୟାର ସବୁଠୁ ଅଧିକ ପ୍ରଭାବ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଓ ଜଗତସିଂହପୁର ଜିଲ୍ଲା ଉପରେ ପଡ଼ିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ସ୍ଥଳଭାଗ ଛୁଇଁବା ପରେ ବାତ୍ୟା ଦୁର୍ବଳ ହେବା ସହ ଏହାର ଗତିପଥରେ ସାମାନ୍ୟ ପରିବର୍ତ୍ତନ ହୋଇପାରେ। ଏହା ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗକୁ ରିକର୍ଭ ହୋଇପାରେ ବୋଲି ଆକଳନ କରାଯାଇଛି । ଆସନ୍ତାକାଲି ପୂର୍ବାହ୍ଣ ସାଢ଼େ ୧୧ଟା ସୁଦ୍ଧା ଏହା ଦୁର୍ବଳ ହୋଇ ଭୀଷଣ ବାତ୍ୟାରୁ ବାତ୍ୟା ଏବଂ କାଲି ରାତି ସାଢ଼େ ୧୧ଟା ସୁଦ୍ଧା ଗଭୀର ଅବପାତରେ ପରିଣତ ହୋଇପାରେ । 


 

Sponsored
the-cyclonic-storm-dana- is 50 km away from-paradeep | Argus News