Videos
|
Odisha

ବାତ୍ୟା ଦୁର୍ବଳ ହେବାକୁ ନେଇ ଏପରି କହିଲେ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା

Swayangprajna Mishra
Browse all articles by Swayangprajna Mishra
·1 year ago·1 min read
ବାତ୍ୟା ଦୁର୍ବଳ ହେବାକୁ ନେଇ ଏପରି କହିଲେ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା

ଅର୍ଗସ ବ୍ୟୁରୋ : ହଠାତ କାହିଁକି ଦୁର୍ବଳ ହୋଇଗଲା ବାତ୍ୟା ଦାନା ? କାହିଁକି ବିଳମ୍ବ ହେଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଲ୍ୟାଣ୍ଡଫଲ ପରେ ଭୀଷଣ ବାତ୍ୟାରୁ ଦାନା କେବଳ ବାତ୍ୟା ସ୍ଥିତିକୁ ଆସିବାପରେ ଏହାକୁ ନେଇ ଚର୍ଚ୍ଚା ଜାରି ରହିଛି । ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଦୁଇଟି ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ପାଇଁ ବିଳମ୍ବ ହେଲା ବାତ୍ୟା ଦାନାର ଲ୍ୟାଣ୍ଡଫଲ ପ୍ରକ୍ରିୟା । ବାତ୍ୟା ‘ଦାନା’ ଉପକୂଳ ମୁହାଁ ହେଉଥିବା ବେଳେ ୨ଟି ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହୋଇଥିଲା ।

ଅଧିକ ପଢନ୍ତୁ : ଚାନ୍ଦବାଲିରେ ସର୍ବାଧିକ 158.6 ମିମି ବର୍ଷା ରେକର୍ଡ

ଉଭୟ ପୂର୍ବ ଓ ପଶ୍ଚିମ ଦିଗରୁ ଦୁଇଟି ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହୋଇଥିଲା । ଏଥିପାଇଁ ବାତ୍ୟାର ଗତିରେ ସାମାନ୍ୟ ମନ୍ଥର ହୋଇଯାଇଥିଲା ବୋଲି କହିଛନ୍ତି , ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ଲ୍ୟାଣ୍ଡଫଲ ପ୍ରକ୍ରିୟା ସାଧାରଣତ ୫ରୁ ୬ ଘଣ୍ଟା ଲାଗିଥାଏ । ହେଲେ ବାତ୍ୟା ଦାନାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଟିକେ ବିଳମ୍ବ ହୋଇଥିଲା ।
 

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: