Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପ୍ରଥମେ ପହଣ୍ଡିରେ ଆସିଲେ ବଡ଼ ଭାଇ

Ritu Das
Browse all articles by Ritu Das
·1 year ago·2 min read
ପ୍ରଥମେ ପହଣ୍ଡିରେ ଆସିଲେ ବଡ଼ ଭାଇ

Key Points

ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ବାହୁଡ଼ା ଯାତ୍ରା

ଦାରୁବ୍ରହ୍ମ ଆଜି ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ

ଏଥିପାଇଁ ଶରଧାବାଲିରେ ୩ ରଥ ଅପେକ୍ଷା କରିଛନ୍ତି

ସୁଦର୍ଶନଙ୍କ ପରେ ବଡ଼ଠାକୁର ବଳଭଦ୍ରଙ୍କ ପହଣ୍ଡି ହୋଇଛି

ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ବାହୁଡ଼ା ଯାତ୍ରା। ଦାରୁବ୍ରହ୍ମ ଆଜି ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ। ଏଥିପାଇଁ ଶରଧାବାଲିରେ ୩ ରଥ ଅପେକ୍ଷା କରିଛନ୍ତି। ସୁଦର୍ଶନଙ୍କ ପରେ ବଡ଼ଠାକୁର ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ଯଥେଷ୍ଟ ପୂର୍ବରୁ ମହାପ୍ରଭୁଙ୍କ ନୀତି ଆରମ୍ଭ ହୋଇଥିବା ସେବାୟତମାନଙ୍କ ପକ୍ଷରୁ କୁହାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ, ଶନିବାର ଭୋର ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପଲାଗି ଓ ରୋଷହୋମ, ୫ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟପୂଜା, ୫ଟା ୩୦ରେ ଦ୍ୱାରପାଳ ପୂଜା ଓ ବେଶ ଶେଷ ହୋଇଛି।


ସେହିପରି ଗୋପାଳବଲ୍ଲଭ ଓ ସକାଳ ଧୂପ ୫ଟା ୪୫ରୁ ୬ଟା ୪୫, ସେନାପଟାଲାଗି ୭ଟାରୁ ପୂର୍ବାହ୍ନ ୧୧ଟା ୩୦, ମଙ୍ଗଳାର୍ପଣ ୧୧ଟା ୪୫, ପରେ ଡୋରଲାଗି, ୧୨ଟାରେ ପହଣ୍ଡି ଆରମ୍ଭ ହୋଇ ୨ଟା ୩୦ରେ ଶେଷ ହେବ। ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା, ଅପରାହ୍ନ ୩ଟାରୁ ୪ଟା ଭିତରେ ଚାରମାଳ ଫିଟା ସହ ଘୋଡ଼ା ଲାଗିବ। ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ। ରଥଟଣା ସରିବା ପରେ ରଥ ଉପରେ ଅନ୍ୟାନ୍ୟ ନୀତି ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ଯଥେଷ୍ଟ ପୂର୍ବରୁ ମହାପ୍ରଭୁଙ୍କ ନୀତି ଆରମ୍ଭ ହେବ ବୋଲି ସେବାୟତମାନଙ୍କ ପକ୍ଷରୁ କୁହାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି। ୨୦୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ଆମ୍ବୁଲାନ୍ସ ଯିବା ପାଇଁ ଗ୍ରୀନ୍‌ କରିଡର ହେବ। ଭକ୍ତଙ୍କ ଉପରେ ପାଣି ସିଞ୍ଚନ କରାଯିବ। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
the-elder-brother-came-first-on-the-pahandi | Argus News