Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କାଳୀପୂଜା ପାଇଁ ଉତ୍ସବ ମୁଖର ସାରା ରାଜ୍ୟ

Smruti Parija
Browse all articles by Smruti Parija
·1 year ago·1 min read
କାଳୀପୂଜା ପାଇଁ ଉତ୍ସବ ମୁଖର ସାରା ରାଜ୍ୟ

ଅର୍ଗସ ବ୍ୟୁରୋ: କାଳୀପୂଜା ପାଇଁ ବି ଉତ୍ସବ ମୁଖର ସାରା ରାଜ୍ୟ । ରାଜ୍ୟର ବିଭିନ୍ନ ସ୍ଥାନରେ ପୀଠ ଓ ମଣ୍ଡପରେ ପୂଜା ପାଇବେ ମାଆ । ମା'ଙ୍କ ସ୍ବାଗତ ପାଇଁ ବିଭିନ୍ନ ପୂଜା ମଣ୍ଡପ ସମେତ କାଳୀ ମନ୍ଦିର ଉତ୍ସବମୁଖର ହୋଇଛି । କେତେକ ସ୍ଥାନରେ ଆଜି ପାଳନ ହେଉଛି ଆଲୋକର ପର୍ବ ଦୀପାବଳି । ସେପଟେ ଦିପାବଳୀ ଓ ପାୟାଶ୍ରାଦ୍ଧ ପାଳନକୁ ନେଇ ଦ୍ବନ୍ଦରେ ପଡିଛନ୍ତି ଲୋକେ । 
 ଆଲୋକର ପର୍ବ ଦୀପାବଳି ପାଳନ ପାଇଁ ପୁରା ରାଜ୍ୟ ସଜବାଜ। ଚାରିଆଡେ ଖୋଲିଛି ପୁଳାପୁଳା ବାଣ ଦୋକାନ, ମେଲିଛି ଭଳିକି ଭଳି ବାଣ ପସରା। ତେବେ ବାଣ ଫୁଟାଇବା ଯୋଗୁ ବାୟୁ ଓ ଶଦ୍ଦ ପ୍ରଦୂଷଣ ବଢିବା ଆଶଙ୍କାରେ ଲୋକଙ୍କ ପାଇଁ ନିୟମାବଳୀ ଜାରି କରିଛି ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ। ଏହାସହିତ ଗ୍ରୀନ୍ କ୍ରାକର ଉପରେ ଜୋର୍ ଦେଇଛି ବୋର୍ଡ। ସଂଧ୍ୟା ୭ରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ମିଳିଛି । 


୧୨୫ ଡେସିବେଲରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା ବି ହୋଇଛି । ଦେଶ ତଥା ରାଜ୍ୟରେ ଦୀପାବଳି ସମୟରୁ ଆରମ୍ଭ ହୁଏ ପ୍ରଦୂଷଣ । ଯେଉଁଥିପାଇଁ ସୁପ୍ରିମକୋର୍ଟ ଦୀପାବଳିରେ ମାତ୍ର ୨ ଘଣ୍ଟା ବାଣ ଫୁଟାଇବାକୁ ନିର୍ଦ୍ଦେଶନାମା ଜାରି କରିଛନ୍ତି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The entire state is celebrating Kali Puja | Argus News