Videos
|
Odisha

ଅବପାତରେ ପରିଣତ ହେଲା ସୂଦୃଶ ଲଘୁଚାପ

Ritu Das
Browse all articles by Ritu Das
·2 years ago·1 min read
ଅବପାତରେ ପରିଣତ ହେଲା ସୂଦୃଶ ଲଘୁଚାପ

ଅର୍ଗସ ବ୍ୟୁରୋ: ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଅବପାତ ବର୍ତ୍ତମାନ ଅବପାତଟି ଗୋପାଳପୁର ଠାରୁ ୨୬୦ କିମି ପୂର୍ବ-ଦକ୍ଷିଣ-ପୂର୍ବରେ ରହିଛି। ପାରାଦ୍ବୀପ ଠାରୁ ୨୯୦ କିମି ଦୂର ଦକ୍ଷିଣ-ଦକ୍ଷିଣ-ପୂର୍ବରେ ଅବପାତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତିକରି ଗଭୀର ଅବପାତରେ ପରିଣତ ହେବ। 

ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂରେ ଗଭୀର ଅବପାତ ହେବ ପରବର୍ତ୍ତୀ ଦୁଇ ଦିନ ମଧ୍ୟରେ ଗଭୀର ଅବପାତଟି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଗାଙ୍ଗେଟିକ୍ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା, ଝାଡଖଣ୍ଡ ଦେଇ ଛତିଶଗଡ଼ ମୁହାଁ ହେବ। ପ୍ରଭାବରେ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିର୍ଦ୍ଧୁମ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। 

ଭୀଷଣ ବର୍ଷା ନେଇ ୭ଟି ଜିଲ୍ଲା କୁ ରେଡ ଆଲର୍ଟ ଜାରି କରାଯାଇଛି। ପୁରୀ, ଜଗତସିଂପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ ,ଅନୁଗୁଳ ଜିଲ୍ଲାରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ସମ୍ଭାବନା ରହିଛି। ବର୍ଷା ସମେତ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ବହିବ ପବନ। ଝଟକା ପବନ ଘଣ୍ଟାପ୍ରତି ୬୦ କିଲୋମିଟର ରହିପାରେ। 

ପ୍ରଭାବରେ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି। ତଳିଆ ଅଞ୍ଚଳରେ ଆକସ୍ମିକ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। କଚ୍ଚା ଘର କଚ୍ଚା ରାସ୍ତା ପ୍ରଭାବିତ ହେବା ସହ ଗଛ ଡାଳ ଭାଙ୍ଗିବାର ସମ୍ଭାବନା ରହିଛି। ଅବପାତ ପ୍ରଭାବରେ ଅଶାନ୍ତ ରହିବ ସମୁଦ୍ର। ଏଥିପାଇଁ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ମନା ହୋଇଛି। ଧାମରା, ପାରାଦୀପ, ପୁରୀ ଏବଂ ଗୋପାଳପୁର ବନ୍ଦରକୁ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ପାଣିପାଗ ଖବର