Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାତି ପାହିଲେ ଶ୍ରାବଣ ମାସର ପ୍ରଥମ ସୋମବାର

Banajyotshna Ray
Browse all articles by Banajyotshna Ray
·1 year ago·1 min read
ରାତି ପାହିଲେ ଶ୍ରାବଣ ମାସର ପ୍ରଥମ ସୋମବାର

ଅର୍ଗସ ବ୍ୟୁରୋ:  ରାତି ପାହିଲେ ଶ୍ରାବଣ ମାସର ପ୍ରଥମ ସୋମବାର। ଦେବ ଦେବ ମହାଦେବଙ୍କୁ ଜଳ ଲାଗି କରିବେ ହଜାର ହଜାର ଭକ୍ତ । ଶୈବ ପୀଠରେ ଜମିବ କାଉଡ଼ିଆଙ୍କ ଭିଡ଼। ଶ୍ରାବଣ ମାସର ଆରମ୍ଭ ସୋମବାର ଦିନ ଏବଂ ଏହାର ଶେଷ ମଧ୍ୟ ସୋମବାର ଦିନ । ଏଭଳି ଦୁର୍ଲ୍ଲଭ ସଂଯୋଗ ୭୨ ବର୍ଷ ପରେ ହେବାକୁ ଯାଉଛି ବୋଲି କୁହାଯାଉଛି। ଆଜି ଠାରୁ ଶୈବ ପୀଠ ଅଭିମୁଖେ ଯାତ୍ରା ଆରମ୍ଭ କରିଦେଇଛନ୍ତି କାଉଡିଆ। ଧବଳେଶ୍ବର, ସିଦ୍ଧେଶ୍ୱର, କପିଳାସ, ଲିଙ୍ଗରାଜ, ଆରଡି ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି କାଉଡିଆ। ମହାନଦୀ ଓ କାଠଯୋଡି ନଦୀରେ ଭକ୍ତଙ୍କ ପ୍ରବଳ ଭିଡ। ଏନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। 24ଘଣ୍ଟା ସଜାଗ ରହିବେ ଅଗ୍ନିଶମ ବାହିନୀ। ପ୍ରସ୍ତୁତ ରହିଛି ବୋଟ।

ଯେଉଁଠି ଗଭୀରତା ରହିଛି ସେଠି ବୁଡ ନପକାଇବାକୁ ଶ୍ରଦ୍ଧାଳୁଙ୍କୁ ସଚେତନ କରିଛନ୍ତି କର୍ମଚାରୀ।  କାଉଡ଼ିଆଙ୍କର ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା, କ୍ରାଉଡ଼ ମ୍ୟାନେଜମେଣ୍ଟ, ଅପ୍ରୀତିକର ପରିସ୍ଥିତିକୁ ରୋକିବା ଲାଗି ବ୍ୟାପକ ବନ୍ଦୋବସ୍ତ କରିଛି କମିଶନରେଟ ପୋଲିସ। ଲିଙ୍ଗରାଜ ମନ୍ଦିର ଓ ଅନ୍ୟ ୨୬ ଟି ସ୍ଥାନରେ ୨ ଜଣ ଅତିରିକ୍ତ ଡିସିପି, ୪ ଜଣ ଏସିପି, ୬ ଇନ୍ସପେକ୍ଟର, ୩୦ ସବଇନ୍ସପେକ୍ଟର ଓ ଏଏସଆଇଙ୍କ ସହ ମୋଟ ୧୫ ସେକ୍ସନ ଫୋର୍ସ ମୁତୟନ ହେବେ । ରାଜଧାନୀରେ କାଉଡ଼ିଆ ଯିବା ଆସିବା ବାଟରେ ମୋବାଇଲ ପେଟ୍ରୋଲିଂ ଟିମ, ପିସିଆର ରହିବ। ଦୁର୍ଘଟଣା ରୋକିବା ସହ ଆଶୁ ଚିକିତ୍ସା ପାଇଁ ଛକ ମାନଙ୍କରେ ଫାଷ୍ଟଏଡ଼ ଓ ମୋବାଇଲ ମେଡ଼ିକାଲ ୟୁନିଟ ରହିବ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
the first Monday of the month of Shravana tomorrow | Argus News