Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ମତଦାନ କରିବେ  62 ଲକ୍ଷ 87 ହଜାର ଭୋଟର 

Manini Pattanayak
Browse all articles by Manini Pattanayak
·2 years ago·2 min read
ମତଦାନ କରିବେ  62 ଲକ୍ଷ 87 ହଜାର ଭୋଟର 

ଭୁବନେଶ୍ୱର:  ଆସନ୍ତାକାଲି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ । ପ୍ରଥମ ପର୍ଯ୍ୟାୟରେ ବ୍ରହ୍ମପୁର, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଲୋକସଭା ଓ ତତସଂଲଗ୍ନ 28ଟି ବିଧାନସଭା କ୍ଷେତ୍ରରେ ହେବ ମତଦାନ । ମୋଟ 62 ଲକ୍ଷ 87 ହଜାର ଭୋଟର ମତଦାନ କରିବାକୁ ଯାଉଥିବାବେଳେ ସେମାନଙ୍କ ମଧ୍ୟରେ 30 ଲକ୍ଷ 97 ହଜାର ପୁରୁଷ, 31 ଲକ୍ଷ 89 ହଜାର ମହିଳା, 1 ଲକ୍ଷ 75 ହଜାର ଯୁବ ଭୋଟର ଓ 14 ଲକ୍ଷ 68 ହଜାର 20 ବର୍ଷରୁ 29 ବର୍ଷର ଭୋଟର ରହିଛନ୍ତି । ସଂସଦୀୟ କ୍ଷେତ୍ର ପାଇଁ 37 ଜଣ ପ୍ରାର୍ଥୀ ଥିବା ବେଳେ ବିଧାନସଭା ପାଇଁ 243 ପ୍ରାର୍ଥୀ ରହିଛନ୍ତି । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ 7 ହଜାର 303 ମତଦାନ କେନ୍ଦ୍ର ସହ 14ଟି ଅତିରିକ୍ତ ମତଦାନ କେନ୍ଦ୍ର କରାଯାଇଛି । 

ଲୋକସଭା କ୍ଷେତ୍ରରେ କୋରାପୁଟରେ ସର୍ବନିମ୍ନ ଭୋଟର ଥିବାବେଳେ କଳାହାଣ୍ଡିରେ ସର୍ବାଧିକ ଭୋଟର ରହିଛନ୍ତି । ସେହିପରି ବିଧାନସଭା କ୍ଷେତ୍ରରେ ଲକ୍ଷ୍ମୀପୁର ରେ କମ୍ ଭୋଟର ଥିବା ବେଳେ ଧର୍ମଗଡ଼ରେ ଅଧିକ ଭୋଟର ରହିଥିବା ରାଜ୍ୟ ନିର୍ବାଚନ କମିଶନର କହିଛନ୍ତି । ନିର୍ବାଚନକୁ ନିରପେକ୍ଷ ଓ ଶୃଙ୍ଖଳାର ସହ ସମାପନ ପାଇଁ 17 ହଜାର ପୋଲିସ ଫୋର୍ସ ନିୟୋଜିତ ହୋଇଥିବା ବେଳେ 107 କମ୍ପାନୀ ଅର୍ଦ୍ଧ ସମରିକ ବାହିନୀ ନିୟୋଜିତ ହୋଇଛନ୍ତି । 6282ଟି ସ୍ଥାନରେରେ ରହିଥିବା 7298 ବୁଥ ସୁରକ୍ଷା ପାଇଁ 66 ପ୍ଲାଟୁନ ଓଡିଶା ପୋଲିସ ଆର୍ମ ପୋଲିସ ନିୟୋଜିତ ହେବେ । ଏହାସହ 6 ଶହ ମୋବାଇଲ ପାଟ୍ରୋଲିଂ ଟିମ୍ ନିୟୋଜିତ କରାଯାଇଥିବା କହିଛନ୍ତି ଡିଜିପି । 10 ରୁ 12 ଟି ବୁଥକୁ ଗୋଟିଏ ମୋବାଇଲ ପାର୍ଟି କଭର କରିବ । 51ଟି ଇଣ୍ଟର ଷ୍ଟେଟ ବୋର୍ଡର ସୀମା ସିଲ ସହ ସିସିଟିଭି ଜରିଆରେ ନଜର ରଖା ଯାଇଥିବା ସେ କହିଛନ୍ତି ।  

ଅଧିକ ପଢନ୍ତୁ ଓଡ଼ିଶା ଖବର
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The first phase of polling in the state tomorrow. | Argus News