Videos
|
Odisha

ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା

Ritu Das
Browse all articles by Ritu Das
·1 year ago·1 min read
ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା

ଅର୍ଗସ ବ୍ୟୁରୋ: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା । ଘର ଲିପା ପୋଛା ସହ ସାଜସଜ୍ଜା । କୃଷି ଭିତ୍ତିକ ଗଣପର୍ବକୁ ପାଳନ କରିବାକୁ ପ୍ରତି ଘରେ, ପ୍ରତି ପରିବାରରେ ଉତ୍ସାହ ଉଦ୍ଦୀପନା । ବର୍ଷକେ ଥରେ ଭାଇ ବନ୍ଧୁ, ପରିଜନ ସମ୍ପର୍କୀୟ ସମସ୍ତଙ୍କ ମିଳନର ନିଆରା ପରମ୍ପରା। ଏଥିପାଇଁ ତ ଯିଏ ଯେତେ ଦୂରରେ ଥିଲେ ବି ଘର ମୁହାଁ ହୁଅନ୍ତି । ତେବେ ସମ୍ବଲପୁରରେ ସକାଳ 9ଟା 12ରୁ 9ଟା 27 ଓ ବଲାଙ୍ଗିର ଜିଲ୍ଲାରେ 9ଟା 35ରୁ 10ଟା 7 ମଧ୍ୟରେ ନବାନ୍ନ ଲାଗି ହୋଇଛି ଲଗ୍ନ ନିର୍ଦ୍ଧାରଣ। 

ନିର୍ଦ୍ଧାରିତ ଲଗ୍ନ ସମୟରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ସମଲେଶ୍ବରୀଙ୍କ ପୀଠରେ ନୂଆ ଶସ୍ୟରେ ପ୍ରସ୍ତୁତ ନବାନ୍ନ ଲାଗି କରାଯିବ । ସେହିପରି ବଲାଙ୍ଗିରର ଅଧିଷ୍ଠାତ୍ରୀ ଦେବୀ ସମଲେଶ୍ବରୀ ଓ ପାଟଣେଶ୍ବରୀ, ସୋନପୁରର ସୁରେଶ୍ବରୀଙ୍କ ପୀଠରେ ମଧ୍ୟ ପୂର୍ବ ନିର୍ଦ୍ଧାରିତ ଲଗ୍ନରେ ନବାନ୍ନ ଲାଗି ପରେ ନୂଆ ଖାଇବେ ଜିଲ୍ଲାବାସୀ। ନୂଆଁଖାଇ ପାଇଁ ଘରେ ଘରେ ଚାଲିଛି ପିଠା ପଣା ପ୍ରସ୍ତୁତି । ଗାଁ ଗାଁରେ ଝାଙ୍କର ଗ୍ରାମ ଦେବଦେବୀଙ୍କ ପୂଜା ସାରି କରି ଘର ଘର ବୁଲି ନୂଆଁ ସରିଆଁ ଧାନ ଦେଇଥାଏ । ଘରର ସବୁ ସଦସ୍ୟ ଏକାଠି ବସି ନୂଆଁ ଖାଇବା ସହ ବଡ଼ମାନଙ୍କୁ ଜୁହାର ଭେଟ ହେବାର ପରମ୍ପରା ରହିଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
The Ganesh | Argus News