ଗ୍ରାହକଙ୍କୁ ଠକୁଛନ୍ତି ସୁନା ଦୋକାନୀ
·1 year ago·1 min read

ଅର୍ଗସ ବ୍ୟୁରୋ: ସୁନା କିଣୁଥିଲେ ସାବଧାନ । ଗ୍ରାହକଙ୍କୁ ଠକୁଛନ୍ତି ସୁନା ଦୋକାନୀ । ଗତ ୫ ମାସ ମଧ୍ୟରେ ଯୋଗାଣ ବିଭାଗ ପକ୍ଷରୁ କରାଯାଇଥିବା ୩୧୨୫ ରେଡ୍ରେ ୧୧୬ ବ୍ୟବସାୟୀ ଗ୍ରାହକଙ୍କୁ ଠକିଥିବା ନଜରକୁ ଆସିଛି । ସେମାନଙ୍କ ବିରୋଧରେ ମାମଲା ରୁଜୁ ହେବା ସହ ସେମାନଙ୍କଠୁ ୩ ଲକ୍ଷ ୧୩ ହଜାର ୮୦୦ ଟଙ୍କାର ଫାଇନ ଆଦାୟ କରାଯାଇଛି । ଗଞ୍ଜାମ, ଖୋର୍ଦ୍ଧା ଓ କଟକରେ ସର୍ବାଧିକ ଠକେଇର ଶିକାର ହୋଇଛନ୍ତି ଗ୍ରାହକ । ଗଞ୍ଜାମ ଓ କଟକରେ ୧୭ ଜଣ ବ୍ୟବସାୟୀ ଗ୍ରାହକଙ୍କୁ ଠକି ଥିବା ନଜରକୁ ଆସିଥିବା ବେଳେ ଖୋର୍ଦ୍ଧାରେ ୧୬ ବ୍ୟବସାୟୀ ଗ୍ରାହକଙ୍କୁ ଠକିଛନ୍ତି । ବଡ଼ କଥା ହେଲା ଗତ ବର୍ଷେ ମଧ୍ୟରେ ୪୯୫ ବ୍ୟବସାୟୀ ଗ୍ରାହକଙ୍କୁ ଠକି ଥିବା ଜଣା ପଡ଼ିଛି । ସେମାନଙ୍କଠୁ ୧୫ ଲକ୍ଷ ୩୦ ହଜାର ଫାଇନ ଆଦାୟ ହୋଇଛି । ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।
ଅଧିକ ପଢନ୍ତୁ ଓଡିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: