|
logo
Live

Argus News - ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ

Odisha

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ

Jitendra Dash
Browse all articles by Jitendra Dash
·2 years ago
ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ

ଅର୍ଗସ ବ୍ୟୁରୋ : ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୨୭ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବୋଲି ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ସେହିଦିନ ପୂର୍ବାହ୍ନ ୧୦ଟାରୁ ମଧ୍ୟାହ୍ନ ୧୨ଟା ୩୦ ମିନିଟ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମରେ ରହିବେ। 

ଅଧିକ ପଢନ୍ତୁ ଓଡ଼ିଶା ଖବର

ପାରାଦୀପ ବନ୍ଦର କର୍ତୃପକ୍ଷ ଓଡ଼ିଆ ଜାତିର ଅନନ୍ୟ ପରମ୍ପରା ତଥା ସାତ ସାଧବ ପୁଅଙ୍କ ବୀରତ୍ୱ ଗାଥା ବହନ କରୁଥିବା ଏହି ବୋଇତ ବନ୍ଦାଣ ଉତ୍ସବ ପ୍ରତିବର୍ଷ ପାଳନ କରୁଛନ୍ତି। ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ଏହି ସ୍ୱୀକୃତି ପତ୍ର ଆସିବା ପରେ ଜିଲ୍ଲା ପ୍ରଶାସନ ଓ ବନ୍ଦର କର୍ତୃପକ୍ଷ ତତ୍ପର ହୋଇ ଉଠିଛନ୍ତି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ | Argus News