Videos
|
Odisha

ଶ୍ରୀଜଗନ୍ନାଥଙ୍କ ଧାମକୁ ଆରମ୍ଭ ହେବ ସିଧାସଳଖ ବିମାନ ସେବା, ମିଳିଲା ଗ୍ରୀନ୍ ସିଗନାଲ୍

Banajyotshna Ray
Browse all articles by Banajyotshna Ray
·1 year ago·1 min read
ଶ୍ରୀଜଗନ୍ନାଥଙ୍କ ଧାମକୁ ଆରମ୍ଭ ହେବ ସିଧାସଳଖ ବିମାନ ସେବା, ମିଳିଲା ଗ୍ରୀନ୍ ସିଗନାଲ୍

ପୁରୀରେ ନୂଆ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ। କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ ମିଳିଲା ଗ୍ରୀନ୍ ସିଗନାଲ୍ । ପବିତ୍ର ତୀର୍ଥସ୍ଥଳ ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଧାମକୁ ଆରମ୍ଭ ହେବ ସିଧାସଳଖ ବିମାନ ସେବା। ପୁରୀ ଏବଂ ରାଜସ୍ଥାନ କୋଟାରେ ନୂଆ ବିମାନବନ୍ଦର ନିର୍ମାଣକୁ ମଞ୍ଜୁର କରିଛନ୍ତି କେନ୍ଦ୍ର ସରକାର। ମୋଦି ସରକାର ଦେଶବ୍ୟାପୀ ବିମାନ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରିବା ଦିଗରେ ସଂକଳ୍ପବଦ୍ଧ I ଏହି କ୍ରମରେ, ଓଡ଼ିଶାର ପୁରୀ ଏବଂ ରାଜସ୍ଥାନର କୋଟାରେ ନୂଆ ବିମାନ ବନ୍ଦର ନିର୍ମାଣକୁ କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି ।


କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀରାମମୋହନ ନାଇଡ଼ୁ କିଞ୍ଜରପୁ ଏହି ଦୁଇଟି ଗ୍ରୀନଫିଲ୍ମ ବିମାନ ବନ୍ଦର ନିର୍ମାଣକୁ ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି I ଦେଶର ଅନ୍ୟତମ ପବିତ୍ର ତୀର୍ଥସ୍ଥଳ ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଧାମ ପୁରୀ ଏକ ବିଶ୍ବପ୍ରସିଦ୍ଧ ଧାର୍ମିକ ପର୍ଯ୍ୟଟନ କ୍ଷେତ୍ର ରୂପେ ଦେଶ ତଥା ଦୁନିଆର ଲକ୍ଷ ଲକ୍ଷ ଭକ୍ତ ଏବଂ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ପୁରୀରେ ବିମାନ ବନ୍ଦର ପ୍ରତିଷ୍ଠା କରିବାର ନିଷ୍ପତ୍ତି ଏହି ଅଞ୍ଚଳରେ ପର୍ଯ୍ୟଟନ, ଆଞ୍ଚଳିକ ବିକାଶ ଏବଂ ସାମଗ୍ରିକ ଯୋଗାଯୋଗକୁ ଗୁରୁତ୍ବପୂର୍ଣ୍ଣ ପ୍ରୋତ୍ସାହନ ପ୍ରଦାନ କରିବ ବୋଲି ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି । ଏହି ବିମାନ ବନ୍ଦର ପୁରୀ ଏବଂ ଭାରତର ପ୍ରମୁଖ ମହାନଗରଗୁଡ଼ିକ ମଧ୍ୟରେ ସିଧାସଳଖ ବିମାନ ଯୋଗାଯୋଗକୁ ବୃଦ୍ଧି କରିବାରେ ସହାୟକ ହେବ ଏହି ନିଷ୍ପତ୍ତି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ସେହିଭଳି କୋଟା ବିମାନ ବନ୍ଦର ନିର୍ମାଣ ଦ୍ବାରା ଦୀର୍ଘ ପ୍ରତୀକ୍ଷିତ ଆଶା ପୂରଣ ହେବ । ଏହା ଲୋକସଭା ବାଚସ୍ପତି ତଥା କୋଟା-ବୁନ୍ଦୀର ସାଂସଦ ଓମ୍ ବିର୍ଲାଙ୍କ ନିରନ୍ତର ପ୍ରୟାସର ପରିଣାମ। ଏହି ନିଷ୍ପତ୍ତି ରାଜସ୍ଥାନ କୋଟାର ଭିତ୍ତିଭୂମି ବିକାଶରେ ଏକ ପ୍ରମୁଖ ମାଇଲଖୁଣ୍ଟ ଏବଂ ପ୍ରତ୍ୟେକ ନାଗରିକଙ୍କ ପାଇଁ ବିମାନ ଯାତ୍ରାକୁ ସୁଗମ କରିବ ବୋଲି ବେସାମିରକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି।

the-indian-government-has-approved-a-greenfield-airport-in-puri-odisha-enhancing-connectivity | Argus News