Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଇନମନ୍ତ୍ରୀ କହିଲେ ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ

Ritu Das
Browse all articles by Ritu Das
·2 years ago
ଆଇନମନ୍ତ୍ରୀ କହିଲେ ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ

ଅର୍ଗସ ବ୍ୟୁରୋ: ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ । ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଣମାଧ୍ୟମକୁ ସୂଚନା ଦେଇ ଆଇନ ମନ୍ତ୍ରୀ କହିଛନ୍ତି, ପୂର୍ବରୁ ଯାଞ୍ଚ କମିଟି ଯେଉଁ ସୁପାରିଶ କରିଥିଲା ସେଥିରେ ମୋହର ମାରିଛି ପରିଚାଳନା କମିଟି । ଗତକାଲି ପରିଚାଳନା କମିଟିର ବୈଠକରେ ହୋଇଥିବା ସୁପାରିଶ ଆଜି ସରକାରଙ୍କ ପାଖରେ ପହଞ୍ଚିବା ପରେ ଏହାର ଯାଞ୍ଚ କରାଯିବ । 

ଯେଉଁ ଏସଓପି ସୁପାରିଶ ଆସିବ ତାହାକୁ ନେଇ ବିଭିନ୍ନ ଦିଗରେ ତର୍ଜମା କରାଯିବା ପରେ ନିଷ୍ପତ୍ତି ନିଆଯିବ । ସବୁଠୁ ବଡ କଥା ହେଲା, ନୀତିକାନ୍ତି ସହ ଖାପଖୁଆଇ ସବୁ ଦିଗକୁ ସୁବିଧା ହେବା ଭଳି ନିଷ୍ପତ୍ତି ନିଆଯିବ । ଯାଞ୍ଚ କମିଟି ଯେଉଁ ତାରିଖ ଧାର୍ଯ୍ୟ କରିଛି ସେ ତାରିଖ ପ୍ରାୟତଃ ସ୍ପଷ୍ଟ ବୋଲି କହିଛନ୍ତି ଆଇନମନ୍ତ୍ରୀ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The law minister | Argus News