ଆଜି ଅଣସର ଏକାଦଶୀରେ ଦଶମୂଳମୋଦକ ଲାଗି , ସୁସ୍ଥ ହେବେ ମହାପ୍ରଭୁ

Key Points
ଗତକାଲି ରାଜବୈଦ୍ୟଙ୍କ ଘରୁ ପ୍ରସ୍ତୁତ ଦଶମୂଳ ମୋଦକ ଶ୍ରୀମନ୍ଦିର ଗାରଦରେ ଦାଖଲ ହେବାପରେ ଆଜି ଏହାକୁ ସେବନ କରି ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ। ଆସନ୍ତାକାଲି ଦ୍ୱାଦଶୀରେ ମହାପ୍ରଭୁଙ୍କ ସୁସ୍ଥତାର ଖବର ଆଦ୍ୟ ସେବକ ଗଜପତିଙ୍କୁ ପ୍ରଦାନ କରିବେ ଦଇତାପତି ସେବାୟତ। ସ୍ନାନପୂର୍ଣ୍ଣିମା ଠାରୁ ଅଣସର ଘରେ ଅସୁସ୍ଥ ଥିବା ଚତୁର୍ଦ୍ଧାମୂରତି ଗତକାଲି ଦଶମୀ ତିଥିରେ ଶଯ୍ୟା ଛାଡିଛନ୍ତି ।
ଅସୁସ୍ଥ ହୋଇ ଅଣସର ପିଣ୍ଡିରେ ଥିବା ମହାପ୍ରଭୁ ଧୀରେଧୀରେ ହେଉଛନ୍ତି ସୁସ୍ଥ । ଆଜି ଅଣସର ଏକାଦଶୀରେ ଦଶମୂଳମୋଦକ ଲାଗି ହେବା ପରେ ଶ୍ରୀବିଗ୍ରହ ସମ୍ପୂର୍ଣ୍ଣ ସୁସ୍ଥ ହେବେ। ଗତକାଲି ରାଜବୈଦ୍ୟଙ୍କ ଘରୁ ପ୍ରସ୍ତୁତ ଦଶମୂଳ ମୋଦକ ଶ୍ରୀମନ୍ଦିର ଗାରଦରେ ଦାଖଲ ହେବାପରେ ଆଜି ଏହାକୁ ସେବନ କରି ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ। ଆସନ୍ତାକାଲି ଦ୍ୱାଦଶୀରେ ମହାପ୍ରଭୁଙ୍କ ସୁସ୍ଥତାର ଖବର ଆଦ୍ୟ ସେବକ ଗଜପତିଙ୍କୁ ପ୍ରଦାନ କରିବେ ଦଇତାପତି ସେବାୟତ। ସ୍ନାନପୂର୍ଣ୍ଣିମା ଠାରୁ ଅଣସର ଘରେ ଅସୁସ୍ଥ ଥିବା ଚତୁର୍ଦ୍ଧାମୂରତି ଗତକାଲି ଦଶମୀ ତିଥିରେ ଶଯ୍ୟା ଛାଡିଛନ୍ତି । ଦଶମୀରେ ଅଣସର ଘରେ ଚକାରେ ବିଜେ ହୋଇଛନ୍ତି ଶ୍ରୀବିଗ୍ରହ । ପଞ୍ଚମୀରେ ଫୁଲୁରି ତେଲ ଲାଗି ପରେ ଷଷ୍ଠୀରୁ ନବମୀ ଧରି ଶ୍ରୀଅଙ୍ଗରେ ଓଷ ଲାଗି ପରେ ଧିରେଧିରେ ଜ୍ୱରରୁ ଉପଶମ ହୋଇଛନ୍ତି ମହାପ୍ରଭୁ ।
ଦୀର୍ଘଦିନ ଜ୍ୱରରେ ପୀଡିତ ହୋଇ ଅଣସର ପିଣ୍ଡିରେ ବିଶ୍ରାମ ନେଉଥିବା ଶ୍ରୀଜୀଉ ଗତକାଲି ଉଠି ବସିଛନ୍ତି । ତେବେ ଆଜି ଖଳିଲାଗି ଏକାଦଶୀରେ ଠାକୁରମାନଙ୍କୁ ଖଳି ଲାଗି କରାଯିବ । ଦଇତା ଓ ପତିମହାପାତ୍ର ସେବାୟତ ତିନି ବାଡରେ ଶ୍ରୀଅଙ୍ଗରେ ଚନ୍ଦନ ଲେପନ କରିବେ । ଚନ୍ଦନରେ କର୍ପୂର , କେଶର ଓ ଆବଶ୍ୟକ ପରିମାଣର କସ୍ତୁରୀ ମିଶାଯାଇ ଶ୍ରୀବିଗ୍ରହ ମାନଙ୍କୁ ଲାଗି କରାଯିବାର ବିଧି ରହିଛି । ଆଜି ମହାପ୍ରଭୁ ବାରଲାଗି ଖଣ୍ଡୁଆପାଟ ପରିଧାନ କରିବେ। ତୁଳସୀ ଲାଗି ହେବାପରେ ମହାପ୍ରଭୁଙ୍କୁ ଦଶମୂଳ ଲାଗି କରାଯିବ । ଅଣସର ଘରେ 10 ଦିନ ଧରି ଜ୍ୱର ଯୋଗୁଁ ଘଣ୍ଟ ବାଜିବା ବନ୍ଦ ରହିଥିଲା । ତେବେ ଆଜି ଖଳି ଲାଗି ସମୟରେ ଘଣ୍ଟ ଓ କାହାଳୀ ବଜାଇ ଶ୍ରୀଜୀଉମାନେ ସୁସ୍ଥ ହେଉଥିବା ବାର୍ତ୍ତା ଭକ୍ତଙ୍କୁ ଜଣାଇବାର ପରମ୍ପରା ରହିଛି । ଏକାଦଶୀ ତିଥିର ପୂର୍ବରୁ ବିନା ତୁଳସୀରେ ଧଳା ଫୁଲରେ ପୂଜା ପାଉଥିବା ମହାପ୍ରଭୁଙ୍କୁ ଆଜିଠାରୁ ତୁଳସୀ ଲାଗି ହେବାର ବିଧି ରହିଛି ।