Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜିଠୁ ଫେବ୍ରୁଆରୀ ୧୫ ଯାଏ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ

Banajyotshna Ray
Browse all articles by Banajyotshna Ray
·2 years ago·1 min read
ଆଜିଠୁ ଫେବ୍ରୁଆରୀ ୧୫ ଯାଏ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ

ଅର୍ଗସ ବ୍ୟୁରୋ:  ଆଜି ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ଆଜିଠୁ ଫେବ୍ରୁଆରୀ ୧୫ ଯାଏ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ। ଫେବ୍ରୁଆରୀ ୧୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ସେହିପରି ୨୦ ଫେବ୍ରୁଆରୀ ସୁଦ୍ଧା ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କରିପାରିବେ । ୨୭ ଫେବ୍ରୁଆରୀ ସକାଳ ୯ଟା ରୁ ୪ଟା ଯାଏ ଭୋଟ ଗ୍ରହଣ ହେବ । ସେହିଦିନ ଅପରାହ୍ଣ ୫ ଟାରୁ ଭୋଟ ଗଣତି କରାଯିବ । ଓଡ଼ିଶାର ତିନି ରାଜ୍ୟସଭା ସିଟ ପାଇଁ ନିର୍ବାଚନ ହେବ ।

ଆସନ୍ତା ଏପ୍ରିଲ ୩ରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ଯ୍ୟ କାଳ ସରୁଛି । ଓଡ଼ିଶା ସମେତ ୧୫ଟି ରାଜ୍ୟର ୫୬ ଜଣ ସଦସ୍ୟଙ୍କ ପାଇଁ ନିର୍ବାଚନ ହେବ । ଓଡ଼ିଶାରେ ୩ ସଦସ୍ୟଙ୍କ ପାଇଁ ଶାସକ ବିଜେଡି ପାଖରେ ସଂଖ୍ୟା ଗରିଷ୍ଠତା ରହିଛି । ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଏପ୍ରିଲ ୩ରେ ଶେଷ ହେଉଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The notification for the Rajya Sabha elections has been released today | Argus News