Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News -   ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ 

Odisha

  ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ 

Manini Pattanayak
Browse all articles by Manini Pattanayak
·1 year ago·1 min read
  ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ 

 ଭୁବନେଶ୍ୱର:  ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛି ନର୍ସିଂ ସଂଘ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ନର୍ସ ମାନଙ୍କର ଆନ୍ଦୋଳନ ନେଇ ସାରା ରାଜ୍ୟରେ ସ୍ବାସ୍ଥ୍ୟସେବା ପ୍ରଭାବିତ ହୋଇଥିବାବେଳେ ଆଜିଠାରୁ ନର୍ସିଂ ସଂଘ ଅହୋରାତ୍ର ଧାରଣା ଡାକରା ଦେଇଥିଲା। ତେବେ ସଂଧ୍ୟାରେ ସଂଘକୁ ଆଲୋଚନା ପାଇଁ ଡକାଇଥିଲେ ସ୍ବାସ୍ଥ୍ୟମନ୍ତ୍ରୀ।

ଆଲୋଚନା ପରେ ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି, ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣରେ ଆଲୋଚନା ହୋଇଛି । ଆନ୍ଦୋଳନରୁ ଓହରିବାକୁ ସଂଘକୁ ଅପିଲ୍  କରାଯାଇଛି। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ନର୍ସିଂ ସଂଘ ରାଜି ହୋଇଛି। ସେପଟେ ନର୍ସିଂ ସଂଘ ପକ୍ଷରୁ କୁହାଯାଇଛି ଯେ ସରକାରଙ୍କ ସହ ଆଲୋଚନା ଫଳପ୍ରଦ ହୋଇଛି। ନର୍ସିଂ ସଂଘର  ସାଧାରଣ ସମ୍ପାଦକ କହିଛନ୍ତି ଦାବି ପୂରଣ ନେଇ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଏ ସମ୍ପର୍କରେ ସଂଘର ଅନ୍ୟ ସଦସ୍ୟଙ୍କ ସହ ଆଲୋଚନା କରିବୁ। ରାତି 11ଟା ସୁଦ୍ଧା ନିଷ୍ପତ୍ତି ଜଣାଇବୁ। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The nursing union agreed to withdraw the movement from today | Argus News