ଜନତା ମଇଦାନରୁ ଭିସିରେ ଶୁଭାରମ୍ଭ କଲେ ପ୍ରବାସୀ ଭାରତୀୟ ଏକ୍ସପ୍ରେସ

ଅର୍ଗସ ବ୍ୟୁରୋ: ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କଲେ ମୋଦି । ଜନତା ମଇଦାନରୁ ଭିସିରେ ଶୁଭାରମ୍ଭ କଲେ ମୋଦି ।କିଛି ଦିନ ପରେ ମହାକୁମ୍ଭ ଆରମ୍ଭ ହେବାକୁ ଯାଉଛି ।ପୋଙ୍ଗଲ, ବିହୁ ମଧ୍ୟ ପାଳନ ହେବ; ସବୁଠି ଉତ୍ସବର ବାତାବରଣ । ଓଡ଼ିଶା ସମୃଦ୍ଧ ଐତିହ୍ୟର ପ୍ରତିବିମ୍ବ ।ଖଣ୍ଡଗିର, ଉଦୟଗିରି, କୋଣାର୍କ ଦେଖିଲେ ଗର୍ବ ଅନୁଭବ ହୁଏ ।ସମୁଦ୍ର ଯାତ୍ରା କରି ଓଡ଼ିଶାର ବଣିକମାନେ ବିଦେଶ ଯାଉଥିଲେ ।
ଆଜି ଆନୁଷ୍ଠାନିକ ଭାବରେ ଉଦଘାଟିତ ହୋଇଯାଇଛି ପ୍ରବାସୀ ଭାରତୀୟ ଦିବସ ୨୦୨୫। ସମ୍ମିଳନୀର ଦ୍ବିତୀୟ ଦିନରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଉଦଘାଟନ କରିଛନ୍ତି । ରାଜଭବନରୁ ବାହାରି ପ୍ରଧାନମନ୍ତ୍ରୀ ଜନତା ମଇଦାନରେ ପହଞ୍ଚିଥିଲେ। ସକାଳ ୧୦ରୁ ଉଦଘାଟନୀ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପ୍ରାୟ ଦେଢ଼ ଘଣ୍ଟା କାର୍ଯ୍ୟକ୍ରମ ଚାଲିବ। ଏଥିପାଇଁ ସକାଳ ୧୦ଟାରୁ ସାଢେ ୧୧ଟା ଯାଏ ମୋଦି ଜନତା ମୈଦାନରେ ରହିବେ। ବିକଶିତ ଭାରତ ୨୦୪୭ ସଂପର୍କରେ ପ୍ରବାସୀଙ୍କ ସହ ଆଲୋଚନା କରିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଏହା ସହ ବିଭିନ୍ନ ପ୍ଲେନାରୀ ସେସନରେ ଦେଶର ବିଶେଷ ବ୍ୟକ୍ତି ବିଶେଷମାନେ ପ୍ରବାସୀଙ୍କ ସହ ଆଲୋଚନା କରିବେ। ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସର ଉଦଯାପନୀ ସମାରୋହ। ଏଥିରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ ଆଜି ଅପରାହ୍ମରେ ଭୁବନେଶ୍ବରରେ ପହଞ୍ଚିବେ ରାଷ୍ଟ୍ରପତି