Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

Rashmita Mishra
Browse all articles by Rashmita Mishra
·1 year ago·2 min read
ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ: ଓଡ଼ିଶାରେ ଜନ୍ମଦିନ ପାଳିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜନତା ମୈଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେଥିପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡ କରିଛି ପୋଲିସ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ କାରକେଡ ରିହଲସଲ କରିଛି ପୋଲିସ । ଭୁବନେଶ୍ବର ବିମାନବନ୍ଦରରୁ ଗାଡ଼କଣ ପରେ ଜନତା ମୈଦାନ ପର୍ଯ୍ୟନ୍ତ କାରକେଡ ରିହଲସଲ ହୋଇଛି । ବ୍ଲୁ-ବୁକ ଅନୁସାରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଏବେଠୁ ଆରମ୍ଭ ହୋଯାଇଛି କାଉଣ୍ଟ ଡାଉନ । ଆକର୍ଷଣୀୟ ଷ୍ଟେଜ ସାଙ୍ଗକୁ 4ଟି ସେଡ଼ସ ପ୍ରସ୍ତୁତ ହୋଇଛି । ଯେଉଁଥିରେ ସୁଭଦ୍ରା ଯୋଜନାର ହିତାଧିକାରୀ, ଭିଆଇପି, ଭିଭି ଆଇପି, ନେତା, ମନ୍ତ୍ରୀ, ବରିଷ୍ଠ ଅଧିକାରୀ ଓ ଗଣମାଧ୍ୟମମାନେ ବସିବେ । ସମସ୍ତଙ୍କ ପାଇଁ ନିର୍ଦ୍ଧାରଣ ହୋଇଛି ସ୍ଥାନ । ସଭା ସ୍ଥଳରେ ଖାଦ୍ୟ, ପାନୀୟ ଶୌଚାଳୟ ଆଦିର ବ୍ୟବସ୍ଥା ହୋଇଛି । 4ଟି ସେଡ଼ସରେ 10ରୁ ଅଧିକ ଏଲଇଡି ଲଗାଯାଇଛି । ଜନତା ମୈଦାନର 7ନମ୍ବର ଗେଟ ଦେଇ ପ୍ରଧାନମନ୍ତ୍ରୀଙ୍କ କାରକେଡ଼ ପ୍ରବେଶ କରିବ । ସାଧାରଣ ଦର୍ଶକ ଓ ହିତାଧିକାରୀମାନେ ଗାନ୍ଧୀ ପାର୍କ ସମ୍ମୁଖ ଗେଟ ଦେଇ ପ୍ରବେଶ କରିବେ 

ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ବର ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିବା ବେଳେ ଟ୍ରାଫିକ କଟକଣା ଜାରି କରିଛି କମିଶନରେଟ୍ ପୋଲିସ୍ । ସକାଳ 7.30 ରୁ ଦିନ 3ଟା ପର୍ଯ୍ୟନ୍ତ ଟ୍ରାଫିକ କଟକଣା ରହିବ।  ଟ୍ରାଫିକ ନିର୍ଦ୍ଦେଶନାମା ଅନୁଯାୟୀ, ଜୟଦେବ ବିହାର-ନାଲକୋ ଛକ-ଜୟଦେବ ବିହାର ରାସ୍ତାରେ ବଳବତ୍ତର ରହିବ କଟକଣା । ଜୟଦେବ ବିହାର ଛକଠାରୁ ନାଲକୋ ଛକ ଓ ନାଲକୋ ଛକରୁ ଜୟଦେବ ବିହାର ମଧ୍ୟରେ ଓ ଏହାକୁ ଯୋଗାଯୋଗ କରୁଥିବା ଗଳି ରାସ୍ତାରେ ଯାନବାହନ ଯାତାୟତ କରିପାରିବ ନାହିଁ । ନନ୍ଦନକାନନ ପଟୁ ଜୟଦେବ ବିହାର ଆଡକୁ ଯିବାକୁ ଚାହୁଁଥିବା ଯାନବାହନଗୁଡିକ ଡମଣା ଛକରୁ ବାମ ମୋଡ ନେଇ ଗୁରୁ କେଳୁଚରଣ ପାର୍କ-ସୈନିକ ସ୍କୁଲ ରାସ୍ତା ଦେଇ ଆଚାର୍ଯ୍ୟ ବିହାର ଯାଇପାରିବେ । ନଚେତ ଶିଖରଚଣ୍ଡୀ-ପଥରଗାଡିଆ- ଡିଏନ ସ୍କୁଲ- କଳିଙ୍ଗ ଷ୍ଟୁଡିଓ ଛକ- ଫାୟାର ଷ୍ଟେସନ ଛକ ଦେଇ ଯାଇପାରିବେ। ଜରୁରୀକାଳୀନ ସେବା ଦମକଳ, ଆମ୍ବୁଲାନ୍ସ ପାଇଁ ଏହି କଟକଣା ଲାଗୁ ହେବନାହିଁ । ଆସନ୍ତାକାଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ଆସିବାକୁ ଯାଉଥିବା ଲୋକେ ରିଜର୍ଭ ଗ୍ରାଉଣ୍ଡ, ସପ୍ତମ ବାଟାଲିୟନ, କଳିଙ୍ଗ ଷ୍ଟାଡିୟମ ପାଖରେ ଥିବା ନୟାପଲ୍ଲୀ ସ୍କୁଲରେ ଗାଡ଼ି ପାର୍କିଂ କରି ଚାଲିଚାଲି ଜନତା ମଇଦାନକୁ ଆସିବେ। ପ୍ରଧାନମନ୍ତ୍ରୀ ବିମାନବନ୍ଦରରୁ ଓହ୍ଲାଇ ଜନତା ମଇଦାନରେ ପହଞ୍ଚିବାକୁ ଥିବା ରାସ୍ତାରେ ବାରିକେଡ କରାଯାଇଛି । ଏଥିସହ ଉକ୍ତ ରାସ୍ତାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି।

କିଛି କିଛି ସମୟ ବ୍ୟବଧାନରେ ଡଗ୍ ସ୍କ୍ବାଡ ଓ ବମ୍ ଡିଫ୍ୟୁଜାଲ ମଧ୍ୟ ଆସି ଆଖପାଖ ଅଞ୍ଚଳ ଯାଞ୍ଚ କରୁଛନ୍ତି। ଏହା ସହ ହୋଟେଲ ଏବଂ ଲଜଗୁଡ଼ିକ ଯାଞ୍ଚ ହେଉଛି। ରାସ୍ତା କଡ଼ରେ ଭିଡ ରହିପାରେ ତେଣୁ ତାକୁ ଆଖି ଆଗରେ ରଖି ବ୍ୟାରିକେଡ଼ିଂ ଓ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଉପରେ ଧ୍ୟାନ ଦିଆଯାଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The Prime Minister is coming to Odisha tomorrow | Argus News