Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଦଶହରାରେ ମିଳିବ ସୁଭଦ୍ରା ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା

Banajyotshna Ray
Browse all articles by Banajyotshna Ray
·1 year ago·2 min read
ଦଶହରାରେ ମିଳିବ ସୁଭଦ୍ରା ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା

ଅର୍ଗସ ବ୍ୟୁରୋ:  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବଡ ଘୋଷଣା । ବାରିପଦାରେ ଅକ୍ଟୋବର ୯ ତାରିଖରେ ଦିଆଯିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା । ସୁଭଦ୍ରା କ୍ଷେତ୍ରରୁ ଦଶହରା ଭେଟି ଭାବେ ସୁଭଦ୍ରା ଅର୍ଥ ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବାରିପଦାରେ ହେବା ଭବ୍ୟ ଆୟୋଜନ । ବିଭିନ୍ନ ବିଭାଗର ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ରହିବେ । ୪୦ ଲକ୍ଷରୁ ଉର୍ଦ୍ଧ୍ଵ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ଯିବ ବୋଲି ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଅକ୍ଟୋବର ୭ ତାରିଖ ପର୍ଯ୍ୟନ୍ତି ଆବେଦନ କରିଥିବା ମହିଳାଙ୍କୁ ମିଳିବ ସୁଭଦ୍ରା ସହାୟତା ।  ଏବେ ଯାଏଁ ଆବେଦନ କଲେଣି ୯୭ ଲକ୍ଷ ମହିଳା । ସୁଭଦ୍ରା ଯୋଜନାରେ ସାମିଲ ହେବେ କୋଟିଏରୁ ଉର୍ଦ୍ଧ ହିତାଧିକାରୀ ।

ସମସ୍ତେ ଆବେଦନ କରନ୍ତୁ, ସରକାର ସବୁ ଯୋଗ୍ୟ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ଦେବାକୁ ପ୍ରତିଶୃତିବଦ୍ଧ । ବାରିପଦାରେ ଯୋଜନାର ପ୍ରଥମ ହିତାଧିକାରୀ ଏବଂ ୧ କୋଟି ତମ ହିତାଧିକାରୀଙ୍କୁ ସମ୍ମାନିତ କରାଯିବ । ସୁଭଦ୍ରା ଯୋଜନା ଚାରି 'ସ' ପୂରଣ ପାଇଁ କାମ କରୁଛି । ସୁଭଦ୍ରାର ଅର୍ଥ ମହିଳାଙ୍କ ସଶକ୍ତିକରଣ, ସମ୍ମାନ, ସ୍ୱାଭିମାନ ଏବଂ ସମୃଦ୍ଧି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ । ସୁଭଦ୍ରା ଯୋଜନା ଲାଗି ସମସ୍ତ ମହିଳା ଆବେଦନ କରନ୍ତୁ । କିନ୍ତୁ ବ୍ୟସ୍ତ ହୁଅନ୍ତୁ ନାହିଁ, ଅଯଥା ଭିଡ଼ କରନ୍ତୁ ନାହିଁ, ନିଜ ସୁବିଧା ରେ ଆବେଦନ କରନ୍ତୁ । ମାର୍ଚ୍ଚ ୮ ପୂର୍ବରୁ କୋଟିଏରୁ ଉର୍ଦ୍ଧ୍ଵ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରାର ପ୍ରଥମ କିସ୍ତି ଟଙ୍କା ।

ସେପଟେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଅର୍ଥ ମିଳିବା ଘୋଷଣାକୁ ନେଇ ଗାଁ ଗାଁରେ ମହିଳାଙ୍କ ମଧ୍ୟରେ ଦେଖିବାକୁ ଉତ୍ସାହ । ସହାୟତା ରାଶି ଦଶହରାରେ ମିଳିବ ଜାଣି ଯୋଜନାରେ ଆବେଦନ କରି ଅପେକ୍ଷା କରିଥିବା ମହିଳା ମାନଙ୍କ ଖୁସି ଦୁଇ ଗୁଣିତ ହୋଇଛି । ୨୪ ନିର୍ବାଚନରେ ଗେମ୍ ଚେଞ୍ଜର୍ ଥିଲା ସୁଭଦ୍ରା ଯୋଜନାର ପ୍ରତିଶ୍ରୁତି । ସୁଭଦ୍ରା ଯୋଜନା ଭାଙ୍ଗି ଦେଲା ବିଜେଡ଼ିର ମହିଳା ଭୋଟ ବ୍ୟାଙ୍କ୍ ବଳ । ରାଜ୍ୟ ରାଜନୀତିର ସମୀକରଣକୁ ବଦଳାଇ ୨୪ ବର୍ଷର ସରକାରକୁ ଗାଦିଚ୍ୟୁତ କରିବାରେ ବଡ଼ ସହାୟକ ହୋଇଥିଲା ବିଜେପିର ଏହି ଘୋଷଣା । ତେବେ ସେପ୍ଟେମ୍ବର ୧୭ରେ ନିଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଆସି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ । ସେଦିନ ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ସହାୟତା ରାଶି ମିଳିଥିବା ବେଳେ ଦ୍ଵିତୀୟ ପର୍ଯ୍ୟାୟରେ ଅକ୍ଟୋବର ୯ ଦିନ ୪୦ ଲକ୍ଷ ମହିଳାଙ୍କୁ ମିଳିବାକୁ ଯାଉଛି ପ୍ରଥମ କିସ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ଓଡିଶା ଖବର:

Sponsored
The second installment of the Subhadra first installment will be in dussehra | Argus News