Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ

Jitendra Dash
Browse all articles by Jitendra Dash
·2 years ago·1 min read
ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ

ଅର୍ଗସ ବ୍ୟୁରୋ : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ । ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ୫ଟି ସଂସଦୀୟ କ୍ଷେତ୍ରର ୩୫ଟି ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ହେବ । ଏଠି ମୋଟ ଭୋଟର ସଂଖ୍ୟା ୭୯ ଲକ୍ଷ ୬୯ ହଜାର ୮୮୭ । ମହିଳା ଭୋଟରଙ୍କ ସଂଖ୍ୟା ୩୯ ଲକ୍ଷ ୪୫ ହଜାର । ପୁରୁଷ ଭୋଟର ୪୦ ଲକ୍ଷ ୩୩ ହଜାର ୯୯୨ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଏହି ସ୍ଥାନରେ ୯୧୬୨ଟି ମତଦାନ କେନ୍ଦ୍ର ରହିବ । ୧୦୪୧ଟି ବୁଥ ମହିଳା ପୁଲିଂ କର୍ମଚାରୀଙ୍କ ଦ୍ଵାରା ପରିଚାଳିତ ହେବ । ୨୫ ଟି ବୁଥ pwd କର୍ମଚାରୀଙ୍କ ଦ୍ଵାରା ପରିଚାଳିତ ହେବ । ୧୫୪୧ ଆଦର୍ଶ ବୁଥ ରହିବ ।  ୨୦ ପ୍ରତିଶତ ସମ୍ବେଦନଶୀଳ ବୁଥ ରହିଛି । ଏହିଠାରେ ୧୦୨ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ନିୟୋଜିତ ହେବେ । ୫ ସଂସଦୀୟ କ୍ଷେତ୍ରରେ ୪୦ ଜଣ ପ୍ରାଥି ରହିଛନ୍ତି । ଲାଇଭ ଷ୍ଟ୍ରିମିଙ୍ଗ ୬୦ ପ୍ରତିଶତ ବୁଥ ରେ ହେବ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The second phase of elections in the state will be held on Monday | Argus News