ହାଇକୋର୍ଟଙ୍କ ବିନା ଅନୁମତିରେ ରାଜ୍ୟ ସରକାର ନୂଆ ଜିଲ୍ଲା ଗଠନ ନିର୍ଦ୍ଦେଶନାମା ଜାରି କରିପାରିବେନି

ଅର୍ଗସ ବ୍ୟୁରୋ: ହାଇକୋର୍ଟଙ୍କ ବିନା ଅନୁମତିରେ ରାଜ୍ୟ ସରକାର ନୂଆ ଜିଲ୍ଲା ଗଠନ ପାଇଁ ନିର୍ଦ୍ଦେଶନାମା ଜାରି କରିପାରିବେ ନାହିଁ । ଅର୍ଥନୈତିକ ସ୍ଥିତି, ଜନସଂଖ୍ୟା, ଅଞ୍ଚଳର ପରୀସିମା, ପଛୁଆ ପ୍ରସଙ୍ଗକୁ ବିଚାରକୁ ନ ନେଇ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ଭାବେ ଜିଲ୍ଲା ଗଠନ ନିଷ୍ପତ୍ତି ହେଉଥିବା ଅଭିଯୋଗ କରି ଦାୟର ମାମଲାକୁ ହାଇକୋର୍ଟ ଗ୍ରହଣ କରି ଏଭଳି ଅନ୍ତରୀଣ ଅଙ୍କୁଶ ଜାରି କରିଛନ୍ତି । ଏହାସହ ଏହି ମାମଲାରେ ବିଭିନ୍ନ ପକ୍ଷଙ୍କୁ ଜବାବ ତଲବ କରିଛନ୍ତି । ଜିଲ୍ଲା ପୁନର୍ଗଠନ ପ୍ରକ୍ରିୟା ପ୍ରସଙ୍ଗରେ ସରକାର ପଦକ୍ଷେପ ନେଇ ପାରିବେ, କିନ୍ତୁ ଅଦାଲତଙ୍କ ବିନା ଅନୁମତିରେ ଏହି ପ୍ରସଙ୍ଗରେ କୌଣସି ଚୂଡ଼ାନ୍ତ ଆଦେଶ ପ୍ରଦାନ କରାଯାଇପାରିବ ନାହିଁ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି ।
କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ଡକ୍ଟର ବିଦ୍ୟୁତ ରଂଜନ ଷଡ଼ଙ୍ଗୀ ଓ ଜଷ୍ଟିସ ଏମ.ଏସ. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ରାଇରଙ୍ଗପୁର ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ଆବାହକ ତଥା ରାଇରଙ୍ଗପୁର ବାର୍ ଆସୋସିଏସନ ସଭାପତି ଅକ୍ଷୟ କୁମାର ମହାନ୍ତିଙ୍କ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି । ଶୀତ ଅବକାଶର ଦୁଇ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରାଯାଇଛି । ହାଇକୋର୍ଟଙ୍କ ଏପରି ନିର୍ଦ୍ଦେଶ ପରେ ବରଗଡ଼ ଜିଲ୍ଲା ଅଧୀନ ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ପ୍ରସଙ୍ଗକୁ ଝଟକା ଲାଗିଛି ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨