|
logo
Live

Argus News - ରୂପାନ୍ତରିତ ନାମରେ ପିଲାଙ୍କ ଭବିଷ୍ୟତ ସହ ଖେଳୁଛନ୍ତି ରାଜ୍ୟ ସରକାର

Odisha

ରୂପାନ୍ତରିତ ନାମରେ ପିଲାଙ୍କ ଭବିଷ୍ୟତ ସହ ଖେଳୁଛନ୍ତି ରାଜ୍ୟ ସରକାର

Banajyotshna Ray
Browse all articles by Banajyotshna Ray
·2 years ago·1 min read
ରୂପାନ୍ତରିତ ନାମରେ ପିଲାଙ୍କ ଭବିଷ୍ୟତ ସହ ଖେଳୁଛନ୍ତି ରାଜ୍ୟ ସରକାର

ଅର୍ଗସ ବ୍ୟୁରୋ:  ରାୟଗଡ଼ା ଜିଲା ଗୁଡାରୀ ରେ 1998 ମସିହା ରେ ସ୍ଥାପନ ହୋଇ ଥିଲା ଯୁକ୍ତ ତିନି ସ୍ନାତକ ମହା ବିଦ୍ୟାଳୟ l ଗୁଡାରୀ ଏବଂ ଚନ୍ଦ୍ରପୁର ପାଇଁ ଗୋଟିଏ ମାତ୍ର ଡିଗ୍ରୀ କଲେଜ l ଏହି ମହାବିଦ୍ୟାଳୟରେ 300 ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଅଧ୍ୟୟନ 5 ଗୋଟି ଶ୍ରେଣୀ କକ୍ଷ ରେ କରୁଥିଲାବେଳେ 5 ଜଣ ଅଧ୍ୟାପକ ଅଛନ୍ତି l  ଡିସେମ୍ବର ରେ ପିଲାଙ୍କ ପରୀକ୍ଷା ଥିବା ବେଳେ ପୂର୍ବରୁ ପିଲାଙ୍କ କୌଣସି ବିକଳ୍ପ ଶ୍ରେଣୀ ଗୃହ ର ବ୍ୟବସ୍ଥା ନ କରାଯାଇ ପୁରୁଣା ଶ୍ରେଣୀଗୃହ କୁ ମରାମତି କରିବା ପାଇଁ ଭାଙ୍ଗି ଦିଆଯାଇଛି l କଲେଜ ଉନ୍ନୟନ ପାଇଁ 2023 - 24 ଆର୍ଥିକ ବର୍ଷ ରେ ମୁଖ୍ୟମନ୍ତ୍ର ଙ୍କ ସ୍ଵତନ୍ତ୍ର ସହାୟତା ଯୋଜନାରେ 25 ଲକ୍ଷ ଟଙ୍କା ମଞ୍ଜୁର ହୋଇଛି l କଥା ଦେଇଥିଲେ ଏକ ମାସ ମଧ୍ୟରେ ନିର୍ମାଣ କାର୍ଯ୍ୟ ସାରି ନୂଆ ଶ୍ରେଣୀଗୃହ ହସ୍ତାନ୍ତର କରିବାକୁ l କିନ୍ତୁ ପ୍ରତିଶ୍ରୁତି କେବଳ ପାଣିର ଗାର ଭଳି ହେଲା l

ସେପ୍ଟେମ୍ବରରୁ ମହା ବିଦ୍ୟାଳୟର ପୁନରୁଦ୍ଧାର ପାଇଁ ସମସ୍ତ ଶ୍ରେଣୀଗୃହ ଭାଙ୍ଗିଦିଆ ଯାଇ ଆଜି ଯାଏ କୌଣସି ପ୍ରକାର ସୁବିଧା ନ କରାଯାଇଥିବାରୁ  ଛାତ୍ର ଛାତ୍ରୀ ମାନେ ବହୁତ୍ ଅସୁବିଧା ର୍ ସମୂଖୀନ ହେଉଛନ୍ତି ବୋଲି ପ୍ରକାଶ କରିଥିଲେ l ଅଭିଭାବକ ମାନେ ଉନ୍ନୟନ କାମ କୁ ସ୍ଵାଗତ କରିଥିଲେ ମଧ୍ଛାୟ ଛେତ୍ଛାରତ୍ରୀଙ୍କ ପ୍ରତି ଏପରି ଅବହେଳା କୁ ନାପସନ୍ଦ କରିଛନ୍ତି l ଛାତ୍ର ଛାତ୍ରୀଙ୍କ ଉଜଳ୍ୱମୟ ଭବିଷ୍ୟତ ପାଇଁ ଶୈକ୍ଷିକ ବାତାବରଣ ର୍ ଉନ୍ନୟନ ନିହାତି ଆବଶ୍ୟକ l ଶିକ୍ଷାର ବ୍ୟବସ୍ତା ସଜାଡ଼ିବା ଦିଗରେ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି କିନ୍ତୁ ଏହି କୋଲେଜଟି ପ୍ରସାସନ ଆଡୁଆଳରେ ରହିଯାଇଛି।କେବେ ପଡିବ ସରକାରଙ୍କ ଦ୍ରୁଷ୍ଟି ତାହା ଦେଖିବାକୁ ବାକି ରହିଲା।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ରୂପାନ୍ତରିତ ନାମରେ ପିଲାଙ୍କ ଭବିଷ୍ୟତ ସହ ଖେଳୁଛନ୍ତି ରାଜ୍ୟ ସରକାର | Argus News