Videos
|
Odisha

ଅଦିନିଆ ବର୍ଷାରେ ବେହାଲ ରାଜ୍ୟ

Rashmita Mishra
Browse all articles by Rashmita Mishra
·1 year ago·2 min read
ଅଦିନିଆ ବର୍ଷାରେ ବେହାଲ ରାଜ୍ୟ

ବଙ୍ଗୋପସାଗରରେ ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ସକ୍ରିୟ । ଏହା ସହ ଟ୍ରପ ଲାଇନ ପ୍ରଭାବରେ ରାଜ୍ୟ ମଧ୍ୟକୁ ସମୁଦ୍ର ପଟୁ ଜଳୀୟବାଷ୍ପ ପ୍ରବେଶ କରୁଛି । ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ଯମ ଧରଣର ବର୍ଷା ଲାଗି ରହିଛି । ଆଜିଠୁ ବଢ଼ିବ ବର୍ଷାର ପରିମାଣ । ୮ ଜିଲ୍ଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷାର ସମ୍ଭାବନା ରହିଛି ।


ରାଜ୍ୟର ଅଧିକାଂଶ ଜିଲ୍ଲାରେ ଅଦିନିଆ ବର୍ଷା ଲାଗିରହିଛି। କେଉଁଠି କୁଆପଥର ତ ଆଉ କେ‌ଉଁଠି ବର୍ଷା ପବନ ହୋଇଛି। ବିଶେଷକରି ଉତ୍ତର, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଦୁଇ ଦିନ ହେଲା ତୁହାକୁ ତୁହା ବର୍ଷା ହେବାରୁ ବ୍ୟାପକ ଫସଲ ନଷ୍ଟ ସହ କେତେକ ସ୍ଥାନରେ ଗଛ ଭାଙ୍ଗି ପଡ଼ିଛି। ଆଜି ୨୪ ଘଣ୍ଟାରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସାଙ୍ଗକୁ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବାର ଆଶଙ୍କା ଥିବାରୁ ‌ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଏହାବ୍ୟତୀତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଯାଜପୁର ଜିଲ୍ଲାରେ ହାଲୁକା ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।


ଏହାପରେ ବର୍ଷା କମିବା ସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ସାମାନ୍ୟ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଗତ ୨୪ ଘଣ୍ଟାରେ ଭୁବନେଶ୍ବରରେ ୨୫.୪, ବାରିପଦାରେ ୨୨.୪, ଢେଙ୍କାନାଳରେ ୨୧, ଚାନ୍ଦବାଲିରେ ୧୮.୪, ତାଳଚେରରେ ୧୫, କେନ୍ଦୁଝରରେ ୧୨.୮, ଭଦ୍ରକରେ ୭.୬, ବାଲେଶ୍ବରରେ ୬.୯, କଟକରେ ୫ ମିମି ବର୍ଷା ହୋଇଛି। କେନ୍ଦୁଝର ଜିଲ୍ଲାରେ ସର୍ବାଧିକ ୧୭.୭ ମିମି ବର୍ଷା ରେକର୍ଡ କରାଯାଇଛି ।


ସେପଟେ ଅଦିନିଆ ବର୍ଷାରୁ ଅମଳ ଫସଲର ସୁରକ୍ଷା ପାଇଁ ବ୍ୟାପକ ପଦକ୍ଷେପ ନିଆଯାଇଛି । ରାଜ୍ୟରେ ଖରିଫ ଧାନସଂଗ୍ରହ ପ୍ରକ୍ରିୟା ଜାରି ରହିଥିବାବେଳେ ଅଦିନିଆ ବର୍ଷା ବିଭିନ୍ନ ଜିଲ୍ଲାମାନଙ୍କରେ ମଧ୍ୟ ଜାରି ରହିଛି । ଏହି ଅଦିନିଆ ବର୍ଷାକୁ ଦୃଷ୍ଟିରେ ରଖି ଧାନକିଣା ପ୍ରକ୍ରିୟାକୁ ଚାଲୁ ରଖିବା ସହିତ ଅମଳ ଧାନର ସୁରକ୍ଷା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଆବଶ୍ୟକୀୟ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି ।


The state is lashed by torrential rains | Argus News