Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପୂର୍ବ ଓଡ଼ିଶାରୁ ଦକ୍ଷିଣ ଓଡ଼ିଶା ସବୁଠି ତାତି 

Manini Pattanayak
Browse all articles by Manini Pattanayak
·2 years ago·1 min read
ପୂର୍ବ ଓଡ଼ିଶାରୁ ଦକ୍ଷିଣ ଓଡ଼ିଶା ସବୁଠି ତାତି 

ଭୁବନେଶ୍ୱର:  ମାଘ ମାସରେ ବାଘ ଭଳି ଖରା । ପୂର୍ବ ଓଡ଼ିଶାରୁ ଦକ୍ଷିଣ ଓଡ଼ିଶା ସବୁଠି ତାତି । 37 ଡିଗ୍ରୀ ଛୁଇଁଲା ରାଜଧାନୀ ଭୁବନେଶ୍ବରର ତାପମାତ୍ରା । ସେହିପରି ୩୫ ଡିଗ୍ରୀ ଉପରେ ୧୫ ସହରର ତାପମାତ୍ରା ରେକର୍ଡ ହୋଇଛି । କଟକରେ ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ୩୪.୭ ଡିଗ୍ରି ସେଲ୍‌ସିୟସ ରେକର୍ଡ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମସ୍ତ ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ । 

ଆସନ୍ତାକାଲିଠୁ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି ।୨୪ ତାରିଖରେ ଉତ୍ତର ଉପକୂଳ ଓଡ଼ିଶା, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, କନ୍ଧମାଳ, ବୌଦ୍ଧ ଓ ପୁରୀରେ ବର୍ଷା ହୋଇପାରେ । ୨୬ ତାରିଖ ଯାଏ ପ୍ରଭାବ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଅଧିକ ପଢନ୍ତୁ  ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The temperature of the capital Bhubaneswar reached 37 degrees. Similarly, the temperature of 15 cities has been recorded above 35 degrees. | Argus News