Videos
|
Odisha

ଭି. ସୁଜ୍ଞାନ କୁମାରୀ ଦେଓଙ୍କ ମୃତ୍ୟୁରେ ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ

Swayangprajna Mishra
Browse all articles by Swayangprajna Mishra
·2 years ago·1 min read
ଭି. ସୁଜ୍ଞାନ କୁମାରୀ ଦେଓଙ୍କ ମୃତ୍ୟୁରେ ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ

ଅର୍ଗସ ବ୍ୟୁରୋ : ପୂର୍ବତନ ବିଧାୟିକା ତଥା ଖଲିକୋଟ ରାଣୀ ଭି. ସୁଜ୍ଞାନ କୁମାରୀ ଦେଓଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏକ୍ସ ହ୍ୟାଣ୍ଡେଲରେ ସେ ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ସେ ଲେଖିଛନ୍ତି ଓଡିଶା ଜଣେ ସ୍ପଷ୍ଟବାଦୀ ରାଜନେତ୍ରୀଙ୍କୁ ହରାଇଲା । ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କର ୮୭ ବର୍ଷ ବୟସରେ ପରଲୋକ ଘଟିଛି ।

ଅଧିକ ପଢନ୍ତୁ : ପରଲୋକରେ ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓ

ସ୍ବାସ୍ଥ୍ୟବସ୍ଥା ବିଗିଡିଥିବାରୁ ଚେନ୍ନାଇର ଏକ ମେଡିକାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସିତ ଅବସ୍ଥାରେ ପରଲୋକ ଘଟିଥିବା ସୂଚନା। ଗତକାଲି ସୁଜ୍ଞାନୀଙ୍କୁ ଭେଟିବାକୁ ଚେନ୍ନାଇ ଯାଇଥିଲେ ମୁଖ୍ୟମନ୍ତ୍ରୀ।  ସେ 10 ଥର ବିଧାୟିକା ଭାବରେ ଖଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ କରିଛନ୍ତି। ଖଲିକୋଟ ରାଣୀ ଭାବେ ମଧ୍ୟ ପରିଚିତ ଥିଲେ ସୁଜ୍ଞାନ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
The Union Minister condoled the death of Sugyan Kumari Deo | Argus News