Videos
|
Odisha

ଖଲ୍ଲିକୋଟରେ ପ୍ରାକ୍ ନିର୍ବାଚନୀ ହିଂସାକୁ କଠୋର ଶବ୍ଦରେ ନିନ୍ଦା କଲେ କେନ୍ଦ୍ରମନ୍ତ୍ରୀ 

Manini Pattanayak
Browse all articles by Manini Pattanayak
·2 years ago
ଖଲ୍ଲିକୋଟରେ ପ୍ରାକ୍ ନିର୍ବାଚନୀ ହିଂସାକୁ କଠୋର ଶବ୍ଦରେ ନିନ୍ଦା କଲେ କେନ୍ଦ୍ରମନ୍ତ୍ରୀ 

 ସମ୍ବଲପୁର : ଖଲ୍ଲିକୋଟରେ ପ୍ରାକ୍ ନିର୍ବାଚନୀ ହିଂସାକୁ କଠୋର ଶବ୍ଦରେ ନିନ୍ଦା କଲେ କେନ୍ଦ୍ରମନ୍ତ୍ରୀ । ଶାସକ ଦଳ ହାରିବା ଭୟରେ ହିଂସାକୁ ଅବଲମ୍ବନ କରୁଛି ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଖଲ୍ଲିକୋଟରେ ପ୍ରାକ୍ ନିର୍ବାଚନୀ ହିଂସାରେ ବିଜେପି କାର୍ଯ୍ୟକର୍ତ୍ତା ଦିଲ୍ଲୀପ ପାହାନଙ୍କ ମୃତ୍ୟୁ ହେବା ଘଟଣାରେ ଶୋକପ୍ରକାଶ ସହ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି କେନ୍ଦ୍ରମନ୍ତ୍ରୀ। ଗଣତନ୍ତ୍ରରେ ହିଂସା ଓ ଅନ୍ୟାୟର କୌଣସି ସ୍ଥାନ ନାହିଁ, କାର୍ଯ୍ୟକର୍ତ୍ତାଙ୍କ ବଳିଦାନ ବ୍ୟର୍ଥ ଯିବନାହିଁ।

ଏହାର ଉଚିତ ଜବାବ ଲୋକମାନେ ବାଲଟ୍ ମାଧ୍ୟମରେ ଦେବେ। ନିର୍ବାଚନ ଅଧିକାରୀ ଓ ପୋଲିସ ପ୍ରଶାସନ ତୁରନ୍ତ ଏହି ଘଟଣାରେ ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି କେନ୍ଦ୍ରମନ୍ତ୍ରୀ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
The Union Minister Dharmendra pradhan strongly condemned the pre-election violence in Khallikot | Argus News