Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଖ୍ୟାତନାମା ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ସାଧୁ ମେହେରଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

Odisha

ଖ୍ୟାତନାମା ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ସାଧୁ ମେହେରଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

Jitendra Dash
Browse all articles by Jitendra Dash
·2 years ago
ଖ୍ୟାତନାମା ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ସାଧୁ ମେହେରଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଅର୍ଗସ ବ୍ୟୁରୋ : ଓଡ଼ିଶାର ଗୌରବ ତଥା ଭାରତୀୟ ଚଳଚ୍ଚିତ୍ର ଜଗତର ଖ୍ୟାତନାମା ଅଭିନେତା, ନିର୍ଦ୍ଦେଶକ ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । 

ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଯେ ସାଧୁ ମେହେରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଓଡ଼ିଶା ସମେତ ଭାରତୀୟ ସିନେମାକୁ ସୁସମୃଦ୍ଧ କରିବାରେ ତାଙ୍କର ବଳିଷ୍ଠ ଯୋଗଦାନ ରହିଛି । 

କଳା ପ୍ରତି ତାଙ୍କର ରୁଚି, ଆକର୍ଷଣ ଭାବନା ଓ ନିଖୁଣ ଅଭିନୟ ଥିଲା ସ୍ୱତନ୍ତ୍ର । ତାଙ୍କ ବିୟୋଗରେ ଭାରତ ଜଣେ ସ୍ୱାଭିମାନୀ କଳାକାରଙ୍କୁ ହରାଇଲା । ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
The Union Minister mourns the passing away of renowned film actor and director Sadhu Meher | Argus News