Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆକ୍ରାନ୍ତଙ୍କୁ ସଠିକ୍ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ସିଡିଏମଓଙ୍କ ସହ କଥା ହେଲେ କେନ୍ଦ୍ରମନ୍ତ୍ରୀ

Jitendra Dash
Browse all articles by Jitendra Dash
·2 years ago·1 min read
ଆକ୍ରାନ୍ତଙ୍କୁ ସଠିକ୍ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ  ସିଡିଏମଓଙ୍କ ସହ କଥା ହେଲେ କେନ୍ଦ୍ରମନ୍ତ୍ରୀ

ଅର୍ଗସ ବ୍ୟୁରୋ : ସମ୍ବଲପୁର ସହରର ହୀରାକୁଦ ଅଞ୍ଚଳରେ ଡାଇରିଆ ସଂକ୍ରମଣ ନେଇ ଗଭୀର ଚିନ୍ତାପ୍ରକଟ କରିବା ସହ ପାରିପାର୍ଶ୍ୱିକ ସ୍ଥିତି ବିଷୟରେ ସମ୍ବଲପୁର ସିଡିଏମଓ ଡାକ୍ତର ସୁଜାତା ରାଣୀ ମିଶ୍ରଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।   

ଏ ସମ୍ପର୍କରେ ଶ୍ରୀ ପ୍ରଧାନ ଏକ୍ସରେ ଉଲ୍ଲେଖ କରିଛନ୍ତି ଯେ ଏହି ସମ୍ବେଦନଶୀଳ ବିଷୟକୁ ଗୁରୁତ୍ୱର ସହ ନେଇ ଚିକିତ୍ସିତ ହେଉଥିବା ଲୋକ ମାନଙ୍କୁ ସଠିକ୍ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ସମ୍ବଲପୁର ସିଡିଏମଓ ଡାକ୍ତର ସୁଜାତା ରାଣୀ ମିଶ୍ରଙ୍କ ସହ କଥା ହେଲି । ଚିକିତ୍ସାଧୀନ ଲୋକମାନଙ୍କୁ ଆବଶ୍ୟକ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେବା ପାଇଁ ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ନିଆଯିବ ବୋଲି ଡାକ୍ତର ମିଶ୍ର କହିଛନ୍ତି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

କେନ୍ଦ୍ରମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ସମ୍ବଲପୁର ସହରର ହୀରାକୁଦ ଅଞ୍ଚଳରେ ଡାଇରିଆ ଲାଗି ରହିଥିବା କାରଣରୁ ମୃତ୍ୟୁବରଣ କରିଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଆକ୍ରାନ୍ତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ଚିକିତ୍ସିତ ହେଉଥିବା ଲୋକମାନେ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତୁ, ଏହା ମା’ ସମଲେଇଙ୍କ ନିକଟରେ ପ୍ରାର୍ଥନା ।

Sponsored
The Union Minister spoke to the CDMO to provide proper healthcare to the affected | Argus News