Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜିଠୁ ସମ୍ବଲପୁର ଗସ୍ତରେ କେନ୍ଦ୍ରମନ୍ତ୍ରୀ, ବିଭିନ୍ନ କାର୍ଯ୍ୟକ୍ରମର କରିବେ ଶୁଭାରମ୍ଭ

Swayangprajna Mishra
Browse all articles by Swayangprajna Mishra
·2 years ago·1 min read
ଆଜିଠୁ ସମ୍ବଲପୁର ଗସ୍ତରେ କେନ୍ଦ୍ରମନ୍ତ୍ରୀ, ବିଭିନ୍ନ କାର୍ଯ୍ୟକ୍ରମର କରିବେ ଶୁଭାରମ୍ଭ

ଅର୍ଗସ ବ୍ୟୁରୋ : ଆଜିଠୁ ଦୁଇଦିନିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ ସେ ଆଇଆଇଏମ ସମ୍ବଲପୁରରେ ହଣ୍ଡ୍ରେଡ୍ କ୍ୟୁବ୍ ଷ୍ଟାର୍ଟଅପର ଶୁଭାରମ୍ଭ କରିବା ସହ ବିଭିନ୍ନ ସରକାରୀ ଓ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେବେ। ଓଡ଼ିଶାରେ ଯୁବପିଢିଙ୍କ ମାଧ୍ୟମରେ ନବସୃଜନରୁ ନବଉଦ୍ୟୋଗ ପ୍ରତିଷ୍ଠା କରିବା ଉଦ୍ଦେଶ୍ୟରେ ଆଇଆଇଟି ଭୁବନେଶ୍ୱର ପରେ ଆଇଆଇଏମ ସମ୍ବଲପୁରରେ ଏହା ହେଉଛି ଦ୍ୱିତୀୟ କାର୍ଯ୍ୟକ୍ରମ।

ଅଧିକ ପଢନ୍ତୁ : ଦେଶର ସବୁଠୁ ଶକ୍ତିଶାଳୀ ଓଡ଼ିଆ ରାଜନେତା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟରେ NSDC ଏବଂ ବଜାଜ ଫିନସର୍ଭ ପକ୍ଷରୁ ଆୟୋଜିତ “ପ୍ରୋଜେକ୍ଟ ଓଡିସର୍ଭ”ର ଶୁଭାରମ୍ଭ କରିବେ । “ପ୍ରୋଜେକ୍ଟ ଓଡିସର୍ଭ” ହେଉଛି ଆର୍ଥିକ ସେବା ଦକ୍ଷତା ବିକାଶ କାର୍ଯ୍ୟକ୍ରମ । ଯେଉଁ କାର୍ଯ୍ୟକ୍ରମରେ ଯୁବବର୍ଗଙ୍କୁ ଆର୍ଥିକ ସେବା କ୍ଷେତ୍ରରେ ପ୍ରଶିକ୍ଷଣ ଦିଆଯିବ ।  ଏହି ଦିନ କେନ୍ଦ୍ରମନ୍ତ୍ରୀ ସମ୍ବଲପୁର ଷ୍ଟେସନରେ ‘ସମ୍ବଲପୁର ହଟିଆ – ଗୋରଖପୁର ମୌର୍ଯ୍ୟ' ଏକ୍ସପ୍ରେସର ମଧ୍ୟ ଶୁଭାରମ୍ଭ କରିବେ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The Union Minister will launch various programs during his visit to Sambalpur from today | Argus News