ବଦଳିବ ପାଗ, ୪ ରୁ ୬ ଡ଼ିଗ୍ରୀ ଯାଏଁ ବଢିବ ତାତି
·2 years ago·1 min read

ଅର୍ଗସ ବ୍ୟୁରୋ : କାଲିଠୁ ରାଜ୍ୟରେ ବଦଳିବ ପାଗ । ୪ ରୁ ୬ ଡ଼ିଗ୍ରୀ ଯାଏଁ ବଢିବ ତାତି । ଦୁଇ ଦିନ ପରେ ରାଜ୍ୟରେ ଉପରମୁହାଁ ହେବ ପାରଦ । ଉପାନ୍ତରୁ ଉପକୂଳ ସବୁଠି ହେବ ଅସମ୍ଭାଳ ତାତି । ସ୍ବାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବଢିବ ତାପମାତ୍ରା । ଉପକୂଳ ଓଡ଼ିଶା ଅପେକ୍ଷା ଆଭ୍ୟନ୍ତରୀଣ ଓଡିଶା ଅସମ୍ଭାଳ ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି ।
ଅଧିକ ପଢନ୍ତୁ : ୧୨ ତାରିଖରୁ ରାଜ୍ୟରେ ବଢିବ ତାତି
ଉପକୂଳ ଓଡିଶାରେ ତାତି ସହ ଗୁଳୁଗୁଳି ଅସ୍ତବ୍ୟସ୍ତ କରିବ । ରାଜଧାନୀ ଭୁବନେଶ୍ବର ସମେତ କଟକ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ମାଲକାନଗିରି, ନବରଙ୍ଗପୁର, ନୟାଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ବରଗଡ଼, ଅନୁଗୁଳ ଏବଂ ଢେଙ୍କାନାଳ ରେ ଗ୍ରୀଷ୍ମପ୍ରବାହ ହେବାର ସମ୍ଭାବନା ରହିଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
