Videos
|
Odisha

୯ ହଜାର ଟଙ୍କା ସହ ସୁନା-ରୁପା ଚୋରି  

Manini Pattanayak
Browse all articles by Manini Pattanayak
·2 years ago
୯ ହଜାର ଟଙ୍କା ସହ ସୁନା-ରୁପା ଚୋରି  

କନ୍ଦୁଝର: ଯାତ୍ରା ଦେଖି ଯାଇଥିବାବେଳେ ଘରୁ ଚୋରି। ଆନନ୍ଦପୁର ଥାନା ଚମର୍ଦା ଗାଁର ରମେଶ ଚନ୍ଦ୍ର ସାହୁଙ୍କ ପରିବାର ଗାଁ ରେ ଚାଲିଥିବା ଯାତ୍ରା ଦେଖିବାକୁ ଯାଇଥିବା ସମୟରେ ତାଙ୍କ ଘରୁ ନଗଦ ଟଙ୍କା ସହିତ ସୁନା ଓ ରୁପା ଅଳଙ୍କାର ଚୋରି ହୋଇଥିବା ଅଭିଯୋଗ କରିଛନ୍ତି।

ଅଭିଯୋଗ ଅନୁଯାୟୀ ରମେଶ ପଦ୍ମପୁର ଗାଁରେ ଏକ ଅଳଙ୍କାର ଦୋକାନ କରି ଜୀବନ ଜୀବିକା ଚଳାଇଥାନ୍ତି। ତେବେ ଗତକାଲି ରାତିରେ ଚୋର ମାନେ ତାଙ୍କ ଘରୁ ୯ହଜାର ଟଙ୍କା ସମେତ ୮୦ ଗ୍ରାମ ରୁପା ଓ ୧୦ ଗ୍ରାମ ର ସୁନା ଗହଣା ଚୋରି ହୋଇଯାଇଛି। ଯାତ୍ରା ଅଧାରୁ ରମେଶ ଙ୍କ ବାପା ଘରକୁ ଆସିବାରୁ ଘର ର ଚାବି ଭଙ୍ଗା ହୋଇ ଚୋରି ହୋଇଯାଇଥିବା ଦେଖିବାକୁ ପାଇଥିଲେ। ଘଟଣା ର ଲିଖିତ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।

ଅଧିକ ପଢନ୍ତୁ  ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Theft of gold and silver along with 9 thousand rupees | Argus News