Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ମାଛଧରା ଉପରେ ଲାଗିଲା କଟକଣା

Rashmita Mishra
Browse all articles by Rashmita Mishra
·1 year ago·1 min read
ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ମାଛଧରା ଉପରେ ଲାଗିଲା କଟକଣା

ଅର୍ଗସ ବ୍ୟୁରୋ: ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ମାଛଧରା ଉପରେ ଲାଗିଲା କଟକଣା । ଆଜିଠୁ ୭ ମାସ ପର୍ଯ୍ୟନ୍ତ ଅଭୟାରଣ୍ୟକୁ ଯାଇ ପାରିବେନି ମତ୍ସ୍ୟଜୀବୀ । ବିରଳ ଅଲିଭ ରିଡଲେ କଇଁଛଙ୍କ ଆଗମନ ଋତୁ ଆସୁଥିବାରୁ ସେମାନଙ୍କ ସୁରକ୍ଷା ପାଇଁ କଟକଣା ଲାଗୁ ହୋଇଛି । ଅଲିଭ ରିଡଲେ କଇଁଛଙ୍କ ଏନ୍ତୁଡିଶାଳ ଭାବେ ପ୍ରସିଦ୍ଧି ଲାଭ କରିଥିବା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ସମେତ ଧାମରା ମୁହାଣରୁ ଦେବୀ ମୁହାଣ ଯାଏଁ ୧୬୦ କିଲୋମିଟର ପର୍ୟ୍ୟନ୍ତ ଲାଗିବ କଟକଣା ।

ନଭେମ୍ବର ୧ ତାରିଖରୁ ମଇ ମାସ ୩୧ ତାରିଖ ଯାଏ ୭ ମାସ ଧରି ମାଛଧରା ଓ ଟ୍ରଲର ଚଳାଚଳ ଉପରେ କଟକଣା ଜାରି କରାଯାଇଛି। ତେବେ କଇଁଛଙ୍କ ସୁରକ୍ଷା ପାଇଁ ମତ୍ସ୍ୟବିଭାଗ ପକ୍ଷରୁ ଧାମରା ମୁହାଁଣରୁ ଦେବୀ ମୁହାଁଣ ପର୍ଯ୍ୟନ୍ତ ସମୁଦ୍ରକୂଳ ଠାରୁ ୨୦ କିମି ଯାଏଁ ଯନ୍ତ୍ରଚାଳିତ ଟ୍ରଲର, ବୋଟ୍‌, ଭୁଟୁଭୁଟି ଚଳାଚଳ ବନ୍ଦ ସହିତ ମାଛଧରା ଉପରେ ମଧ୍ୟ କଟକଣା ଜାରି ହୋଇଥିବା ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବିରଳ ଅଲିଭ୍‌ରିଡ୍‌ଲେ କଇଁଛଙ୍କୁ ଜଳଦସ୍ୟୁ ଓ ମାଛ ମାଫିଆଙ୍କ କବଳରୁ ରକ୍ଷା କରିବା ଓ ବେଆଇନ୍‌ ଟ୍ରଲର ଚଳାଚଳ ଉପରେ ଅଙ୍କୁଶ ରଖିବା ପାଇଁ ବନବିଭାଗ ସମେତ କୋଷ୍ଟଗାର୍ଡ, ମେରାଇନ୍‌ ପୁଲିସ୍‌, ମତ୍ସବିଭାଗ ପକ୍ଷରୁ ମିଳିତ ପାଟ୍ରୋଲିଂ କରାଯିବ। 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
There is a crackdown on fishing in the Gahirmatha Marine Sanctuary | Argus News