Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆସନ୍ତା ୧୯ ଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା

Ritu Das
Browse all articles by Ritu Das
·1 year ago·1 min read
ଆସନ୍ତା ୧୯ ଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା

ଆଜି ୨୪ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା। କାଳବୈଶାଖୀ ପ୍ରଭାବରେ ବର୍ଷା ସହ ୪୦ରୁ ୫୦କିମି ବେଗରେ ବୋହିପାରେ ପବନ। ସେହିସବୁ ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି।


ଏଥିମଧ୍ୟରୁ ୩ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ କରିଛି। ସେହିପରି ଆସନ୍ତାକାଲି ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୭ ତାରିଖରେ ବି କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ହୋଇପାରେ । ସେହିପରି ୧୮ ଓ ୧୯ ତାରିଖରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
there-is-a-possibility-of-heavy-rain-for-the-19th-april | Argus News