ତାତିରୁ ମିଳିଲା ଆଶ୍ୱସ୍ତି

ଭୁବନେଶ୍ୱର: ବଢୁଥିବା ତାତିରୁ ମିଳିଛି ସାମାନ୍ୟ ଆଶ୍ବସ୍ତି । ରାଜ୍ୟରେ ମେଘୁଆ ପାଗ ସହ ତଳ ମୁହାଁ ହୋଇଛି ପାରଦ । ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ସହ ଆଜିଠାରୁ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଉପକୂଳ ଓ ଉତ୍ତର ଉପକୂଳ ଓଡିଶାର ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଦେଓଗଡ଼, ନୟାଗଡ଼, ଖୋର୍ଦ୍ଧା, ପୁରୀ ପ୍ରଭୃତି କିଛି ଜିଲ୍ଲାରେ ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସକାଳୁ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ଝିପିଝିପି ବର୍ଷା ହୋଇଛି ।
ପଶ୍ଚିମା ଝଡ ଏବଂ ଗୁରୁଚାପ ବଳୟ ସକ୍ରିୟ ଥିବାରୁ ଜଳୀୟ ବାଷ୍ପ ବାୟୁ ବାୟୁମଣ୍ଡଳକୁ ପ୍ରବେଶ କରୁଛି ତେଣୁ 5 ଦିନ ରାଜ୍ୟରେ ପାଗ ମେଘୁଆ ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
📱 Get Argus News App
✨ଆହୁରି ପଢନ୍ତୁ ପାଣିପାଗ ଖବର...