Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଶୀତର ନା ଗନ୍ଧ ନାହିଁ ! ଖାଲି ବର୍ଷା ତୁହାକୁ ତୁହା...

Odisha

Cold Wave vs Low Pressure / ଶୀତର ନା ଗନ୍ଧ ନାହିଁ ! ଖାଲି ବର୍ଷା ତୁହାକୁ ତୁହା...

Satyendu Sekhar Mishra
Browse all articles by Satyendu Sekhar Mishra
·7 months ago·2 min read
ଶୀତର ନା ଗନ୍ଧ ନାହିଁ ! ଖାଲି ବର୍ଷା ତୁହାକୁ ତୁହା...

Key Points

୨୩ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବ ବୋଲି କିଛି ପାଣିପାଗ ବିଭାଗ ଆକଳନ କରିଛନ୍ତି।

ଶୀତର ଦେଖା ଦର୍ଶନ ନାହିଁ । ଖାଲି ତୁହାକୁ ତୁହା ବର୍ଷା । ପୁଣି ଏକ ବଡ଼ ବର୍ଷାର ଅନୁମାନ କରାଯାଉଛି । ଲଘୁଚାପ। ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଥିବା ଅନୁମାନ କରାଯାଉଛି । ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଅଧିକ ଘନୀଭୂତ ହେବ। ଏପଟେ ଦେଶରୁ ସଂପୂର୍ଣ୍ଣ ବିଦାୟ ନେଇଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ । ୧୯ ତାରିଖ ଠାରୁ ଦକ୍ଷିଣ ଓଡିଶାରେ ବର୍ଷା ସମ୍ଭାବନା ।

ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ଓ୍ବାର୍ଣ୍ଣିଂ । ୮ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆସନ୍ତା ୨୧ ତାରିଖରେ ଦକ୍ଷିଣ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଲଘୁଚାପ ପରେ ଏହା ଉତ୍ତର ପଶ୍ଚିମ ଦିଗରେ ମୁହାଁଇବ। ପରେ ଏହା ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଆଡ଼କୁ ଗତି କରିବ। ୨୩ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବ ବୋଲି କିଛି ପାଣିପାଗ ବିଭାଗ ଆକଳନ କରିଛନ୍ତି।

ଅନ୍ୟପଟେ ବଦଳୁଛି ପାଣିପାଗ । କାର୍ତ୍ତିକ ଆରମ୍ଭ ହୋଇଥିଲେ ବି ଥଣ୍ଡା ପଡ଼ୁନି । 'ଲା ନୀନା' ପ୍ରଭାବରେ ଅସ୍ଵାଭାବିକ ହୋଇପଡ଼଼ିଛି ଜଳ ବାୟୁ । ପାଣିପାଗ ବିଶେଷଜ୍ଞଙ୍କ ଅନୁସାରେ, ଚଳିତବର୍ଷ ରାଜ୍ୟରେ ଶୀତ କମ୍ ଅନୁଭୂତ ହେବ । ସ୍ଵାଭାବିକ ଠାରୁ ଉପରେ ରହିବ ରାତି ତାପମାତ୍ରା । ଏଥିସହ ଚଳିତ ମୌସୁମୀ ପରବର୍ତ୍ତୀ ଋତୁ ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ରାଜ୍ୟରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଶେଷଜ୍ଞଙ୍କ ଏଭଳି ଆକଳନ ଲୋକଙ୍କୁ ବି ଚିନ୍ତାରେ ପକାଇଛି ।

ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ବିଦାୟ ନେଇସାରିଛି । ସମଗ୍ର ଭାରତରୁ ଅପସାରଣ ହୋଇଛି ଦକ୍ଷିଣପଶ୍ଚିମ ମୌସୁମୀ । ଚଳିତ ବର୍ଷ ନିର୍ଦ୍ଧାରିତ ସମୟର ଗୋଟିଏ ଦିନ ପରେ ମୌସୁମୀ ସାରା ଦେଶରୁ ଅପସରି ଯାଇଛି । ଆଗାମୀ ୬ରୁ ୭ ଦିନ ମଧ୍ୟରେ ତାପମାତ୍ରାରେ ବଡ଼ ପରିବର୍ତ୍ତନ ନଥିବା ବେଳେ ବର୍ତ୍ତମାନ ଶୀତ ଅନୁଭୂତ ହେବ ନାହିଁ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଚଳିତ ମୌସୁମୀ ଋତୁରେ ରାଜ୍ୟରେ ସ୍ୱାଭାବିକ ବର୍ଷା ରେକର୍ଡ କରାଯାଇଛି । ଜୁନ୍ ୧ରୁ ସେପ୍ଟେମ୍ବର ୩୦ ମଧ୍ୟରେ ରାଜ୍ୟରେ ସ୍ୱାଭାବିକ ବର୍ଷା ୧୧୫୦.୨ ମିମି ତୁଳନାରେ ୧୧୫୦.୯ ମିମି ବର୍ଷା ରେକର୍ଡ ହୋଇଛି । କୋରାପୁଟରେ ସର୍ବାଧିକ ୧୫୮୬.୧ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ପୁରୀ, ଖୋର୍ଦ୍ଧା, କଳାହାଣ୍ଡିରେ ନିଅଣ୍ଟିଆ ବର୍ଷା ହୋଇଛି । ରାଜ୍ୟର ୬ ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଝାରସୁଗୁଡ଼ା ଏବଂ କୋରାପୁଟରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଛି । ଅବଶିଷ୍ଟ ୨୧ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି ।

ମୌସୁମୀ ଅଗ୍ରସର ପରଠାରୁ ଏଯାବତ୍ ରାଜ୍ୟକୁ ପ୍ରଭାବିତ କରିବା ଭଳି ବଙ୍ଗୋପସାଗରରେ ୧୫ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏଥିସହ ଚଳିତ ମୌସୁମୀ ପରବର୍ତ୍ତୀ ଋତୁ ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ରାଜ୍ୟରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ସମ୍ଭାବନା ରହିଛି । ୨୪ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି । ଯାହାକି ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ । ଯାହା ପରବର୍ତ୍ତୀ ସମୟରେ ପଶ୍ଚିମଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Cold Wave vs Low Pressure | There is no smell of winter! Only rain is falling... | Argus News