Odisha Engineers Suspended / ଦୁର୍ନୀତି ଅଭିଯୋଗରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ନିଲମ୍ବିତ ହେଲେ ୩ ଇଞ୍ଜିନିୟର
·1 hour ago·1 min read

Key Points
ଦୁର୍ନୀତି ଅଭିଯୋଗରେ ବଡ଼ କାର୍ଯ୍ୟାନୁଷ୍ଠାନ
ନିଲମ୍ବିତ ହେଲେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ
ଆର୍ଥିକ ଅନିୟମିତତା ଅଭିଯୋଗରେ ନିଲମ୍ବନ କଲା ଜଳସମ୍ପଦ ବିଭାଗ
ନିଲମ୍ବିତ ହେଲେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ
ଆର୍ଥିକ ଅନିୟମିତତା ଅଭିଯୋଗରେ ନିଲମ୍ବନ କଲା ଜଳସମ୍ପଦ ବିଭାଗ
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଆକ୍ସନ । ଦୁର୍ନୀତି ଅଭିଯୋଗରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନିଲମ୍ବିତ ହେଲେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ । ବରଗଡ଼ ଜଳସେଚନ ଡିଭିଜନର ସୁପାରିଟେଣ୍ଡଣ୍ଟ ଇଞ୍ଜିନିୟର ମଦନ ମୋହନ ସେଠୀ, ଭେଡେନ ଜଳସେଚନ ବିଭାଗର ସବ୍ ଡିଭିଜନ ଆସିଷ୍ଟାଣ୍ଟ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାଜ୍ କୁମାର ମିଶ୍ର, ବରଗଡ଼ କେନାଲ ସେକ୍ସନର ଆସିଷ୍ଟାଣ୍ଟ ଇଞ୍ଜିନିୟର ରଞ୍ଜନ ପଟେଲ ନିଲମ୍ବିତ ହୋଇଛନ୍ତି । ଆର୍ଥିକ ଅନିୟମିତତା ଅଭିଯୋଗରେ ଜଳ ସମ୍ପଦ ବିଭାଗ ନିଲମ୍ବନ କରିଛି ।
ବରଗଡ଼ ଡିଷ୍ଟ୍ରିବ୍ୟୁଟାରୀ ଉପରେ ବାକ୍ସ କଣ୍ଡକ୍ଟ ନିର୍ମାଣ, ବରଗଡ଼ କେନାଲ ଫ୍ରଣ୍ଟ ଡେଭଲପମେଣ୍ଟ ପ୍ରକଳ୍ପ କାର୍ଯ୍ୟ ସମ୍ପାଦନରେ ଅନିୟମିତତା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ହୋଇଛି । ନିଲମ୍ବନ ସମୟରେ ମଦନ ମୋହନ ସେଠୀ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଏବଂ ରାଜ କୁମାର ମିଶ୍ର ଓ ରଞ୍ଜନ ପଟେଲ ମହାନଦୀ ବେସିନ ମୁଖ୍ୟ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଅଧିକ ପଢ଼ନ୍ତୁ: ବରମୁଣ୍ଡାରେ ଭୟରେ ଦୌଡ଼ି ଗଳିରେ ଲୁଚିଲେ ଯୁବତୀ, ଅପହରଣ ପାଇଁ ପିଛା କରୁଥିଲେ ଦୁର୍ବୃତ୍ତ
ବରଗଡ଼ ଡିଷ୍ଟ୍ରିବ୍ୟୁଟାରୀ ଉପରେ ବାକ୍ସ କଣ୍ଡକ୍ଟ ନିର୍ମାଣ, ବରଗଡ଼ କେନାଲ ଫ୍ରଣ୍ଟ ଡେଭଲପମେଣ୍ଟ ପ୍ରକଳ୍ପ କାର୍ଯ୍ୟ ସମ୍ପାଦନରେ ଅନିୟମିତତା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ହୋଇଛି । ନିଲମ୍ବନ ସମୟରେ ମଦନ ମୋହନ ସେଠୀ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଏବଂ ରାଜ କୁମାର ମିଶ୍ର ଓ ରଞ୍ଜନ ପଟେଲ ମହାନଦୀ ବେସିନ ମୁଖ୍ୟ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories