Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଟ୍ଵିନ୍ ସିଟିରେ କାଳବୈଶାଖୀ ବର୍ଷା

Rashmita Mishra
Browse all articles by Rashmita Mishra
·1 year ago·1 min read
ଟ୍ଵିନ୍ ସିଟିରେ କାଳବୈଶାଖୀ ବର୍ଷା

କାଳବୈଶାଖୀ ପ୍ରଭାବରେ ଟ୍ଵିନ୍ ସିଟିରେ ବାଦଲ ଫଟା ବର୍ଷା। ଲଗାଣ ବର୍ଷାରେ ବେହାଲ ହୋଇଗଲା ଟ୍ଵିନ୍ ସିଟି । ତଳିଆ ଅଞ୍ଚଳରେ ପଶିଲା ନର୍ଦ୍ଦମା ପାଣି। ଜଳମଗ୍ନ ହୋଇଯାଇଛି ସହରର ଅନେକ ଅଂଚଳରେ। ବିଜୁଳି, ଘଡଘଡି ସହ ଜାରି ରହିଛି ବର୍ଷା।

ମଙ୍ଗଳବାର ଓ ବୁଧବାର ରାଜ୍ୟର କିଛି ସ୍ଥାନରେ ଭାରୀ ବର୍ଷା ଜାରି ରହିବ । ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ଏହି ପୂର୍ବାନୁମାନ କରିଛି। ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ଢେଙ୍କାନାଳ, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହୋଇପାରେ। ବୁଧବାର ମଧ୍ୟ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।

ତେବେ ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ସୁନ୍ଦରଗଡ଼, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ ୫୦ରୁ ୬୦କିମି ବେଗରେ ପବନ ବହିପାରେ । ଏ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ ୪୦ରୁ ୫୦କିମି ବେଗରେ ପବନ ବହିପାରେ ।

୧୭ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ରାୟଗଡ଼ାରେ ମଧ୍ୟ ବର୍ଷା ସମ୍ଭାବନା ଅଛି । ଆସନ୍ତା ୧୯ ତାରିଖ ଯାଏ କାଳବୈଶାଖୀର ପ୍ରଭାବ ରହିବ । ଏହାପରେ ତାତି କ୍ରମଶଃ ବଢ଼ିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
thunderstorm-rain-in-twin-cities | Argus News