Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ୧୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା !

Odisha

୧୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା !

Rashmita Mishra
Browse all articles by Rashmita Mishra
·1 year ago·1 min read
୧୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା !

ରାଜ୍ୟରେ କାଳବୈଶାଖୀ ପ୍ରଭାବ ଜାରି ରହିଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ତେଣୁ ତାପମାତ୍ରା ବଢିବ ନାହିଁ କିମ୍ବା ବଡ଼ ଧରଣର ପରିବର୍ତ୍ତନ ସମ୍ଭାବନା ଦେଖାଯାଉନି ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ଗତ ୨୪ ଘଣ୍ଟା ଭିତରେ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରକୋପ ଦେଖାଇଥିଲା । ଶୁକ୍ରବାର ରାଜ୍ୟରେ ଖରା ପ୍ରକୋପ କମ୍‌ ଥିଲା । ଟିଟିଲାଗଡ଼ ଓ ବଲାଙ୍ଗିର ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌ ପାର୍‌ କରିଥିବା ବେଳେ ଉପକୂଳ ଓଡ଼ିଶା ୩୫ ଡିଗ୍ରୀ ପାଖାପାଖି ରହିଥିଲା ।

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ହେଲା, ଶନିବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ନବରଙ୍ଗରପୁର ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ମୟୂରଭଞ୍ଜ, ଗଜପତି, ରାୟଗଡ଼ା ଓ କୋରାପୁଟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ସହ ଧୂଳିଝଡ଼ ଆଶଙ୍କା ଅଛି । ୧୨, ୧୩, ୧୪, ୧୫ ତାରିଖରେ କାଳବୈଶାଖୀ ପ୍ରକୋପ ଅଧିକ ରହିବ । ୧୬ ଓ ୧୭ରେ କାଳବୈଶାଖୀ ପ୍ରକୋପ କମିଲେ ମଧ୍ୟ କେତେକ ସ୍ଥାନରେ ଜାରି ରହିବ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
thunderstorms-and-rain-in-various-places-till-the-17th | Argus News