Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି , ୫ ଘଣ୍ଟା ଦର୍ଶନ ବନ୍ଦ

Swoyang prajna Mishra
Browse all articles by Swoyang prajna Mishra
·1 year ago
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି , ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ଆଜି ମାଘ ଶୁକ୍ଳ ଅଷ୍ଟମୀ ତିଥି । ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ଣ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । 


ଏହା ଏକ ଗୁପ୍ତ ସେବା ଓ ଏକ ସ୍ବତନ୍ତ୍ର ନୀତି ହୋଇଥିବାରୁ ଆଜି ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ପ୍ରାୟ ପାଞ୍ଚ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ |

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today, bankalagi niti will be held in puri shree mandira , 5 hours of darshan is closed | Argus News