Diwali Spicial / ପାଳନ ହେଉଛି ଆଲୋକର ପର୍ବ ଦୀପାବଳି, ସବୁଜ ଦୀପାବଳି ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
·8 months ago·2 min read

Key Points
ଆଜି କାର୍ତ୍ତିକ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥି । ପାଳନ ହେଉଛି ଆଲୋକର ପର୍ବ ଦୀପାବଳି ।
ଆଜି ହେଉଛି ଆଲୋକର ପର୍ବ ଦୀପାବଳି । ଯାହାକୁ ନେଇ ପୁରଠୁ ପଲ୍ଲୀ, ସହର ବଜାର ସବୁଠାରେ ଖୁବ୍ ଧୁମ୍ଧାମରେ ପାଳନ କରାଯାଇଥାଏ। ଏନେଇ ସବୁଠି ଦେଖିବାକୁ ମିଳିଛି ଖୁସିର ମାହୋଲ। ଆଲୋକ ଓ ଆନନ୍ଦର ପର୍ବ ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶୁଭେଚ୍ଛା ବାର୍ତ୍ତା । ଚଳିତବର୍ଷ ପ୍ରଦୂଷଣ ମୁକ୍ତ ସବୁଜ ଦୀପାବଳି ପାଳନ କରିବାକୁ ରାଜ୍ୟବାସୀଙ୍କୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ଆଲୋକର ପର୍ବ ଦୀପାବଳିକୁ ନେଇ କୁହାଯାଉଛି ଯେ, ଦୀପାବଳିରେ ଦୀପ ଲଗାଇ ମନାନ୍ତୁ ଦୀପାବଳି। ଓଡ଼ିଶାରେ ଏହିଦିନ ପିତୃପୁରୁଷଙ୍କୁ କାଉଁରିଆ କାଠି ଜଳାଇ ମନେ ପକାଯାଇଥାଏ। ହେଲେ ଏହାର ବିଭିନ୍ନ ଶାସ୍ତ୍ରୀୟ କିମ୍ବଦନ୍ତୀ ରହିଛି। ପୌରାଣିକ ମତାନୁଯାୟୀ, ଏହିଦିନ ଭଗବାନ୍ ବିଷ୍ଣୁ ହିରଣ୍ୟକଶ୍ୟପଙ୍କୁ ବଧ କରିଥିଲେ। ସେଥିପାଇଁ ଏହି ପର୍ବ ପାଳନ କରାଯାଏ। ଆଉ କେତେକ ମତ ଦିଅନ୍ତି, ଉକ୍ତ ଦିନ ସମୁଦ୍ର ମନ୍ଥନରୁ ଲକ୍ଷ୍ମୀ ଓ ଧନ୍ବନ୍ତରୀଙ୍କ ଆବିର୍ଭାବ ହୋଇଥିଲା।
ଆହୁରି ମଧ୍ୟ କୁହାଯାଏ, ୧୪ ବର୍ଷ ବନବାସ ସାରି ମର୍ଯ୍ୟାଦାପୁରୁଷ ରାମଚନ୍ଦ୍ର ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରିଥିବାରୁ ଏହିଦିନକୁ ସ୍ମରଣୀୟ କରିବାକୁ ଆଲୋକର ପର୍ବ ଭାବେ ପାଳନ କରାଯାଇଥାଏ। ଦୀପାବଳିର ଗୋଟିଏ ଦିନ ପୂର୍ବରୁ ଶ୍ରୀକୃଷ୍ଣ ନାରକାସୁରକୁ ବଧ କରିଥିବାରୁ ଏହାପର ଦିନକୁ ଦୀପାବଳି ଭାବେ ପାଳନ କରାଯାଏ। କେହି କେହି ମତ ଦିଅନ୍ତି, ରାକ୍ଷସମାନଙ୍କୁ ବଧ କରିବା ପରେ ଯେତେବେଳେ ମହାକାଳୀଙ୍କ କ୍ରୋଧ ଶାନ୍ତ ହୋଇ ନ ଥିଲା ଏବଂ ସେ ଉଗ୍ର ରୂପ ଧାରଣ କରି ସୃଷ୍ଟି ସଂହାର ଉଦ୍ଦେଶ୍ୟରେ ବାହାରିଥିଲେ, ସେତେବେଳେ ଶିବ ତାଙ୍କୁ ଅଟକାଇବା ପାଇଁ ତଳେ ଶୋଇ ପଡିଥିଲେ। ଏହାପରେ ତତ୍କ୍ଷଣାତ୍ ମହାକାଳୀ ଶାନ୍ତ ହୋଇ ଯାଇଥିଲେ। ତେଣୁ କାଳୀଙ୍କ ଶାନ୍ତ ରୂପ ମହାଲକ୍ଷ୍ମୀଙ୍କୁ ଏହିଦିନଠାରୁ ପୂଜା ଆରମ୍ଭ କରାଯିବା ସହ ଦୀପାବଳି ରାତିରେ କାଳୀଙ୍କ ଉଗ୍ରରୂପକୁ ମଧ୍ୟ ପୂଜା କରାଯାଇଥାଏ। ତେଣୁ ଶାସ୍ତ୍ରୀୟ ମତରେ ବିଭିନ୍ନ କାରଣକୁ ନେଇ ଏହି ଦୀପାବଳି ଉତ୍ସବ ପାଳନ କରାଯିବାର ବିଧି ରହିଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: