Videos
|
Odisha

ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ

Ritu Das
Browse all articles by Ritu Das
·2 years ago·1 min read
ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ

ଅର୍ଗସ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ । ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ  ହରିହର ବେଶରେ ସଜିତ କରାଯାଇଛି। ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବାବେଳେ, ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ। 

ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଛନ୍ତି। କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟାଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ ରତ୍ନସିଂହାସନରେ ଅଧିଷ୍ଠିତ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି । ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଆଜି ସୋମବାର ହୋଇଥିବାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯାଇଛି । କିନ୍ତୁ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। 

ଧର୍ମ ଓ ସଂସ୍କୃତି ଖବର ଆହୁରି ପଢନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Today in puri | Argus News