Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ

Sangram Tripathy
Browse all articles by Sangram Tripathy
·1 year ago
ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ

ଅର୍ଗସ ବ୍ୟୁରୋ: ଶ୍ରୀମନ୍ଦିରରେ ଆଜି ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ବିତ କରାଯିବ। ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବା ବେଳେ ଏହି ବେଶରେ ହରି ଓ ହର ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ। ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିବେ l କିନ୍ତୁ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରାଇବେ
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today in the temple, Ladhakur's Harihar body | Argus News