ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି
·1 year ago·1 min read

ଅର୍ଗସ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନିତି ଅନୁଷ୍ଠିତ ହେବ । ଏଥିପାଇଁ ପାଞ୍ଚଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ ।
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନିତି ହୋଇଥିବାରୁ ଆଜି ପ୍ରାୟ ଅପରାହ୍ନ 5 ଟା ରୁ ରାତି 10 ଟା ପର୍ଯ୍ୟନ୍ତ ପାଞ୍ଚଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବନକଲାଗି ନିତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ |
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: