Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ପବିତ୍ର ରେଖାପଞ୍ଚମୀ , ୪ ଘଣ୍ଟା ଦର୍ଶନ ବନ୍ଦ

Swoyang prajna Mishra
Browse all articles by Swoyang prajna Mishra
·11 months ago·1 min read
ଆଜି ପବିତ୍ର ରେଖାପଞ୍ଚମୀ , ୪ ଘଣ୍ଟା ଦର୍ଶନ ବନ୍ଦ

Key Points

ଆଜି ପବିତ୍ର ରେଖାପଞ୍ଚମୀ
ଆଜି ଭାଦ୍ରବ ମାସ କୃଷ୍ନପକ୍ଷ ଚତୁର୍ଥୀ ତିଥି ଅର୍ଥାତ୍ ରେଖାପଞ୍ଚମୀ
ମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା
ସୁନା ଲାଗିଥିବା ପଟିରେ ପ୍ରସ୍ତୁତ ରାହୁରେଖା

ଆଜି ପବିତ୍ର ଭାଦ୍ରବ ମାସ କୃଷ୍ନପକ୍ଷ ଚତୁର୍ଥୀ ତିଥି ଅର୍ଥାତ୍ ରେଖାପଞ୍ଚମୀ । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା। ଶ୍ରୀଜିଉଙ୍କ ଶ୍ରୀମୁଖ ସରସ ଓ ସୁନ୍ଦର ଦେଖାଯିବା ପାଇଁ  ସୁନା ଲାଗିଥିବା ପଟିରେ ପ୍ରସ୍ତୁତ ଏହି ରାହୁରେଖାକୁ ଚତୁଃର୍ଦ୍ଧାମୂର୍ତ୍ତୀଙ୍କୁ ଲାଗି କରାଯିବ। ମହାପ୍ରଭୁଙ୍କର ଅନେକ ଗୁପ୍ତନୀତି ମଧ୍ୟରୁ ଏହା ଅନ୍ୟତମ ଗୁପ୍ତନୀତି ହୋଇଥିବାରୁ ଦଇତାପତି ସେବାୟତ ମାନେ ଗୋଷ୍ଠିଗତ ଭାବେ ଏହି ନୀତିକୁ ନିଷ୍ଠାର ସହ ସମ୍ପାଦନ କରିବେ। ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା ଲାଗି ନୀତି ଆରମ୍ଭ ହେବ ।


ଗୁପ୍ତନୀତି ହେତୁ ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁଯାଇ ଆଜି ଅପରାହ୍ନ ୨ଟ ୩୦ରୁ ରାତି ୬ଟା ୩୦ ଅର୍ଥାତ୍ ଚାରିଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ତେବେ ସ୍ନାନ ପୂର୍ଣ୍ଣୀମା ଦିନ ୧୦୮ ଗରା ଜଳରେ ସ୍ନାନ କରି ଥଣ୍ଡା ଜ୍ୱରରେ ପିଡୀତ ହେବା ପରେ ଶ୍ରୀଜିଉଙ୍କ ଶ୍ରୀମୁଖରୁ ରାହୁରେଖାକୁ କାଢି ଦିଆଯାଇଥିଲା । ତେବେ ପୁନର୍ବାର ଆଜି ଦେଉଳକରଣ,ତଢଉ କରଣ,ଭଣ୍ଡାର ମେକାପଙ୍କ ଉପସ୍ଥିତିରେ ଭଣ୍ଡାର ଘରୁ ରାହୁରେଖାକୁ କଢାଯିବ। ରାହୁରେଖା ନୀତି ସମାପ୍ତ ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today is holy Rekha Panchami, Lord Jagannath darshan closed for 4 hours | Argus News