Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ବା ଜନ୍ମାଷ୍ଟମୀ

Odisha

ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ବା ଜନ୍ମାଷ୍ଟମୀ

Ritu Das
Browse all articles by Ritu Das
·1 year ago·1 min read
ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ବା ଜନ୍ମାଷ୍ଟମୀ

ଅର୍ଗସ ବ୍ୟୁରୋ: ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ବା ଜନ୍ମାଷ୍ଟମୀ। ଏହି ତିଥିରେ ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ। ସେଥିପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ସନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ। ଗତକାଲି ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଯେଉଡ ଭୋଗ ସହ ଗର୍ଭଉଦକ ବନ୍ଦାପନା କରାଯାଇଥିଲା। ଆଜି ମହାଜନ ସେବକଙ୍କ ଦ୍ଵାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ। ଦେବକୀ ଓ ବସୁଦେବ ବେଶରେ ଜନ୍ମ ଚକଡାରେ ନିଶାର୍ଦ୍ଧରେ ପ୍ରଭୁ କୃଷ୍ଣ ଜନ୍ମ ନେବେ। 

ସନ୍ଧ୍ୟାଧୂପ ସରିବା ପରେ ଜୟବିଜୟ ଦ୍ବାର ବନ୍ଦ କରାଯାଇ ଭଣ୍ତାର ଘର ସମ୍ମୁଖ ଭାଗରେ ପୂଜାପଣ୍ତା ସେବାୟତ ମାନେ ପଞ୍ଚବର୍ଣ୍ଣ ମୁରୁଜରେ ଜନ୍ମମଣ୍ତଳୀ ଅଙ୍କନ କରିବେ। ସେଠାରେ ସୁନାର କୃଷ୍ଣ ମୁର୍ତ୍ତି ରଖାଯାଇ ଦକ୍ଷିଣ ଘରୁ ମଦନମୋହନଙ୍କୁ ଅଣାଯିବ। ଦୁଇଜଣ ମହାଜନ ସେବକ ଦେବକୀ ଓ ବସୁଦେବ ଚରିତ୍ର ହୋଇ ଏହି ଜନ୍ମନୀତି ପାଳନ କରିବେ। ପରେ ମଦନମୋହନଙ୍କୁ ନାଭିକଟା ମଣ୍ତପକୁ ନିଆଯାଇ କୃଷ୍ଣଜନ୍ମ ଠାରୁ ଉପନୟନ ପର୍ଯ୍ୟନ୍ତ ନୀତି ଅନୁଷ୍ଠିତ ହେବ । ସେହିପରି ଜଗମୋହନ ନିକଟରେ ଏକ ଦୋଳିରେ ମଦନମୋହନଙ୍କୁ ରଖାଯାଇ ଶ୍ରୀକୃଷ୍ଣ ଜନ୍ମନୀତି ଶେଷ କରାଯିବ। ଆଜିଠାରୁ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଆରମ୍ଭ ହୋଇ କଂସବଦ୍ଧ ଲୀଳା ନୀତି ପର୍ଯ୍ୟନ୍ତ ଚାଲୁରହିବ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Today is | Argus News