ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ , ୧୮ ପ୍ରକାର ସ୍ଵର୍ଣ୍ଣ ଅଳଙ୍କାରରେ ହେବେ ବିମଣ୍ଡିତ
·11 months ago

Key Points
ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ
ଆଜିଠାରୁ ମହାପ୍ରଭୁଙ୍କୁ ବିଭିନ୍ନ ବେଶରେ ସଜିତ କରାଯିବ
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ। ଜନ୍ମାଷ୍ଟମୀଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି। ଯେଉଡ଼ ଭୋଗ ପରେ ଶ୍ରୀକୃଷ୍ଣ ଜନ୍ମନୀତି ଓ ନନ୍ଦଉତ୍ସବ ନୀତି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବା ପରେ ଆଜିଠାରୁ ମହାପ୍ରଭୁଙ୍କୁ ବିଭିନ୍ନ ବେଶରେ ସଜିତ କରାଯିବ। ଆଜି ଭାଦ୍ରକୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ।
ମଧ୍ୟାହ୍ନଧୂପ ପରେ ରାମକୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକମାନେ ଆଜ୍ଞାମାଳ ପ୍ରଦାନ କରିବା ପରେ ଦୁଇ ପ୍ରତିମାଙ୍କୁ ବିମାନରେ ବସାଇ ସିଂହଦ୍ଵାର ନିକଟସ୍ଥ ବଡଛତା ମଠ ପାର୍ଶ୍ବରେ ଥିବା ଏକ କାଠ ସିଂହାସନରେ ବିଜେ କରାଯିବ। ବନଭୋଜି ବେଶରେ ଠାକୁରମାନଙ୍କୁ ପ୍ରାୟ 18 ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ବିମଣ୍ଡିତ କରାଯାଇଥାଏ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: